Posted inଖେଳ

ମିଡଲ ଅର୍ଡର ବ୍ୟାଟ୍ସମ୍ୟାନଙ୍କୁ ଓ୍ବାର୍ନରଙ୍କ ସମାଲୋଚନା

ଆବୁଧାବି,୨୮।୯(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ କ୍ରମାଗତ ଦ୍ୱିତୀୟ ପରାଜୟ ବରଣ କରିବା ପରେ ଅଧିନାୟକ ଡେଭିଡ୍‌ ଓ୍ବାର୍ନର ଦଳର ପ୍ରଦର୍ଶନ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଖାସ୍‌ କରି ଦଳର ମିଡଲ ଅର୍ଡର ବ୍ୟାଟ୍ସମ୍ୟାନମାନଙ୍କୁ ସେ କଡ଼ା ସମାଲୋଚନା କରିଛନ୍ତି। ଦଳର ପରାଜୟ ପାଇଁ ଦଳର ମିଡିଲ ବ୍ୟାଟ୍ସମ୍ୟାନଙ୍କୁ ସେ ଦାୟୀ କରିଛନ୍ତି।
ମନୀଷ ପାଣ୍ଡେ ୩୮ ବଲରୁ ୫୧ ଓ ରିଦ୍ଧିମାନ ଶାହା ୩୧ ବଲରୁ ୩୦ ରନ ସଂଗ୍ରହ କରିଥିଲେ। ଫଳରେ ଦଳ ବୃହତ୍‌ ସ୍କୋର ହାସଲ କରିପାରି ନ ଥିଲା ଓ ଦଳ ୧୪୩ ରନରେ ସୀମିତ ରହିଥିଲା। ବିଜୟ ଶଙ୍କରଙ୍କ ବଦଳରେ ରିଦ୍ଧିମାନଙ୍କୁ ସୁଯୋଗ ଦିଆଯାଇଥିଲା। ସେ ବହୁତ ବଲ୍‌ ଖେଳିଥିଲେ ମଧ୍ୟ ଅଧିକ ରନ୍‌ କରିପାରି ନ ଥିଲେ ଓ ଶେଷରେ ରନ୍‌ ଆଉଟ୍‌ ହୋଇଥିଲେ। ଅଧିକ ଛକା ଓ ଚୌକାର ଆବଶ୍ୟକତା ଥିଲା। ତେବେ ଆମ ବ୍ୟାଟ୍ସମ୍ୟାନ ଅଧିକ ଡଟ୍‌ ବଲ୍‌ ଖେଳିଥିଲେ ବୋଲି କୋଲକାତା ନାଇଟ୍‌ ରାଇଡର୍ସଠାରୁ ୭ ଉଇକେଟରେ ପରାସ୍ତ ହେବାପରେ ଓ୍ବାର୍ନର କହିଛନ୍ତି। ମିଡିଲ୍‌ରେ ୩୫- ୩୬ ଡଟ୍‌ ବଲ ରହିଥିଲା। ଟି୨୦ କ୍ରିକେଟରେ ଏହା ଆଦୌ ଗ୍ରହଣୀୟ ନୁହେଁ। ଆମର ମାନସିକତାରେ ପରିବର୍ତ୍ତନର ଆବଶ୍ୟକତା ରହିଛି। ଆଉ ୨୦-୩୦ ରନ ଅଧିକ ସଂଗ୍ରହ କରିଥିଲେ ମ୍ୟାଚ୍‌ରେ ଭଲ ସଂଘର୍ଷ ତଥା ରୋମାଞ୍ଚ ଦେଖିବାକୁ ମିଳିଥାନ୍ତା। ନିଜ ପ୍ରଦର୍ଶନକୁ ନେଇ ମଧ୍ୟ ଓ୍ବାର୍ନର ସନ୍ତୁଷ୍ଟ ନୁହନ୍ତି ବୋଲି କହିଛନ୍ତି। ସେ ୩୦ ବଲରୁ ୩୬ ରନ ସଂଗ୍ରହ କରି ଲେଗ୍‌ ସ୍ପିନର ବରୁଣ ଚକ୍ରବର୍ତ୍ତୀଙ୍କ ଶିକାର ହୋଇଥିଲେ। କାହକୁ ଦାୟୀ କରୁନାହିଁ। ବରଂ ଦଳର ଦୁର୍ବଳ ପ୍ରଦର୍ଶନ ପାଇଁ ନିଜକୁ ଦାୟୀ କରୁଛି। ଆଗାମୀ ମ୍ୟାଚ୍‌ରେ ଆମେ ପ୍ରତ୍ୟାବର୍ତ୍ତନ କରି ଭଲ ପ୍ରଦର୍ଶନ କରିବୁ ବୋଲି ଓ୍ବାର୍ନର କହିଛନ୍ତି।

5

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri