ଓ୍ବାର୍ନରଙ୍କ ଅର୍ଦ୍ଧଶତକ ବେକାର; ହାଇଦ୍ରାବାଦ୍‌କୁ ହରାଇ ଶୀର୍ଷରେ ମୁମ୍ବାଇ ଇଣ୍ଡିଆନ୍ସ

ଶାରଜା, ୪।୧୦: ଚଳିତ ଆଇପିଏଲ୍‌ର ୧୭ତମ ମୁକାବିଲାରେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ୩୪ ରନରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ସ୍ଥାନୀୟ ଶାରଜା କ୍ରିକେଟ୍‌ ଷ୍ଟାଡିୟମରେ ଅପରାହ୍ନରେ ଖେଳାଯାଇଥିବା ଏହି ହାଇସ୍କୋରିଂ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ ୫ ଉଇକେଟ୍‌ ହରାଇ ୨୦୮ ରନ କରିଥିଲା। ଦଳ ପକ୍ଷରୁ ଓପନର୍‌ କ୍ୱିଣ୍ଟନ ଡିକକ୍‌ ସର୍ବାଧିକ ୬୭ ରନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସୂର୍ଯ୍ୟକୁମାର ଯାଦବ (୨୭), ଇଶାନ କିଷାନ (୩୧), ହାର୍ଦ୍ଦିକ ପାଣ୍ଡ୍ୟା (୨୮), କିରନ ପୋଲାର୍ଡ (୨୫) ଓ କ୍ରୁନାଲ ପାଣ୍ଡ୍ୟା (୨୦) ଉପଯୋଗୀ ବ୍ୟାଟିଂ କରିଥିଲେ। ତେବେ ଅଧିନାୟକ ରୋହିତ୍‌ ଶର୍ମା (୬ ରନ) ନିରାଶ କରିଥିଲେ। ସଫଳ ବୋଲର ଭାବେ ହାଇଦ୍ରାବାଦ୍‌ ପକ୍ଷରୁ ସନ୍ଦୀପ ଶର୍ମା ଓ ସିଦ୍ଦାର୍ଥ କଉଲ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ।
କିଙ୍ଗ୍ସ ଇଲେଭେନ ପଞ୍ଜାବ ଦଳ ଓପନର୍‌ ଡେଭିଡ୍‌ ଓ୍ବାର୍ନର (୬୦ ରନ, ୪୪ ବଲ)ଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୧୭୪ ରନ କରିଥିଲା। ଦଳ ପକ୍ଷରୁ ଅନ୍ୟମାନଙ୍କ ମଧ୍ୟରେ ଜନ୍ନୀ ବେୟାରଷ୍ଟୋ ୨୫, ମନୀଷ ପାଣ୍ଡେ ୩୦, ଅବଦୁଲ ଶାମଦ୍‌ ୨୦ ରନ କରିଥିଲେ। ତେବେ ନିର୍ଭରଯୋଗ୍ୟ କେନ୍‌ ଓ୍ବିଲିୟମସନ୍‌ ମାତ୍ର ୩ ରନରେ ଆଉଟ୍‌ ହୋଇଥିଲେ। ବିଜୟୀ ମୁମ୍ବାଇ ପକ୍ଷରୁ ଟ୍ରେଣ୍ଟ ବୋଲ୍ଟ, ଜେମ୍ସ ପାଟିନସନ ଓ ଯଶପ୍ରୀତ୍‌ ବୁମ୍‌ରା ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri