ସରକାରୀ ନିୟମ ନ ମାନିବାକୁ ଚେତାବନୀ

ଯୋଡ଼ା,୧୫ା୧୦(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣି କ୍ଷେତ୍ରରେ ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ପୋଷ୍ଟର ମାଧ୍ୟମରେ ସରକାରଙ୍କ ନିୟମକାନୁନ ନ ମାନିବା ପାଇଁ ଖୋଲାଖୋଲି ଆହ୍ବାନ ଦିଆଯାଇଛି। ଏହି ପୋଷ୍ଟର ମିଳିବା ପରେ ଅଞ୍ଚଳରେ ମାଓବାଦୀ ପୁଣି ସେମାନଙ୍କର ଉପସ୍ଥିତି ଜାହିର କରିଥିବା ବେଳେ ଖଣି ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି।
ଅନୁଯାୟୀ, ଶୁକ୍ରବାର ସକାଳେ ଯୋଡ଼ା ଥାନା ଅଧୀନ ତଥା ସହର ଉପକଣ୍ଠ ରଣାଶାଳ ଘାଟିରେ ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଥିଲା। ପୋଷ୍ଟରରେ ଭାରତ ପବ୍ଲିକ୍‌ କମ୍ୟୁନିଷ୍ଟ ପାର୍ଟି (ମାର୍କସବାଦୀ) ଲେଖା ହୋଇଛି। ସଂଗଠନର ନିଜସ୍ବ ଆଇନ ରହିଛି ଓ ନିଜସ୍ବ ଢଙ୍ଗରେ ଏହା କାମ କରିଥାଏ। ସରକାରଙ୍କ କୌଣସି ନିୟମକୁ ସେମାନେ ମାନନ୍ତି ନାହିଁ। ସରକାରଙ୍କ ସହିତ ସେମାନଙ୍କର କୌଣସି ସମ୍ପର୍କ ନାହିଁ ବୋଲି ପୋଷ୍ଟରରେ ଉଲ୍ଲେଖ କରାଯାଇଛି। ଶେଷରେ ଲାଲ ସଲାମ ବୋଲି ଧଳା କପଡ଼ାରେ ନାଲି ଅକ୍ଷରରେ ଲେଖାଯାଇଛି। ସରକାରଙ୍କ କୌଣସିି ନିୟମ ନ ମାନିବାକୁ ମଧ୍ୟ ପୋଷ୍ଟରରେ ଚେତାବନୀ ଦିଆଯାଇଛି। ଏ ନେଇ ବଡ଼ବିଲ୍‌ ଏସ୍‌ଡିପିଓ ସନ୍ତୋଷ ବାରିକ୍‌ କୁହନ୍ତି, ଏହା କାହା ଦ୍ୱାରା ଏକ ବାଚଳାମି। ତଥାପି ସବୁ ଦିଗକୁ ଦୃଷ୍ଟି ଦେବାକୁ ସେ ଯୋଡ଼ା ଥାନାଧିକାରୀଙ୍କୁ କହିଛନ୍ତି। ଏଥିସହ ପାଖରେ ଥିବା ସିସିଟିଭି ଫୁଟେଜ୍‌ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଥିବା ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri