କଳିଙ୍ଗା ଘାଟିରେ ‘ସତର୍କ ସୂଚନା ଘଣ୍ଟି’ ଉଦ୍‌ଘାଟିତ କଲେ ମୁଖ୍ୟମନ୍ତ୍ରୀ: ଚାଳକମାନଙ୍କୁ ସତର୍କ କରାଇବାକୁ ବାଜିବ…

ଜି.ଉଦୟଗିରି, ୧୨।୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା କଳିଙ୍ଗା ଘାଟିରେ ଅତ୍ୟଧିକ ଦୁର୍ଘଟଣା ଯୋଗୁ ବହୁ ସଂଖ୍ୟକ ଲୋକେ ପ୍ରାଣ ହରାଇଥିବା ବେଳେ ଦୁର୍ଘଟଣା ଏଡ଼ାଇବା ନିମନ୍ତେ କିଛି ପଦକ୍ଷେପ ନେବା ପାଇଁ ସରକାରଙ୍କ ନିକଟରେ ଅଞ୍ଚଳବାସୀଙ୍କ ତରଫରୁ ବହୁବାର ଦାବି ହୋଇଥିଲା। ଏହାକୁ ନଜରରେ ରଖି କଳିଙ୍ଗା ଘାଟିରେ ଗାଡି ଚାଳକମାନଙ୍କୁ ସତର୍କ କରାଇବା ପାଇଁ ଆଜି ମୁଖ୍ୟମନ୍ତ୍ରୀ ସତର୍କ ସୂଚନା ଘଣ୍ଟିର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ବ୍ୟବସ୍ଥାରେ ଘାଟିର ଉଭୟ ପଟୁ ଗାଡି ଆସୁଥିଲେ ସାଇରନ ବାଜି ସତର୍କ କରାଇବ। ଏହା ଏକ ପାଇଲଟ ପ୍ରୋଜେକ୍ଟ ଭାବେ ଆରମ୍ଭ କରାଯାଇଛି। ଏହା ସୌର ବିଦ୍ୟୁତ୍‌ ଚାଳିତ ସହ ନିଜେ ପରିଚାଳିତ ହେବ। ଯାହା ଫଳରେ ୪ ଫୁଟ ଉଚ୍ଚତାରେ ସେନ୍ସର ଓ କ୍ୟାମେରା ଆଲର୍ଟ କରିବ । ଏହା ସେନ୍ସର୍‌ ମେଶିନ ଦୁର୍ଘଟଣା ଘଟୁଥିବା ସ୍ଥାନମାନଙ୍କରେ ଚାଳକମାନଙ୍କୁ ସତର୍କ କରିବା ସହ ଗାଡ଼ି ଚଳେଇବା ନିମନ୍ତେ ସୂଚନା ଦେବ । ଦୁର୍ଘଟଣା ପ୍ରବଣ ସ୍ଥାନର ଉଭୟ ପାର୍ଶରେ ଉକ୍ତ ଲାଗିବ ଯାହା ଗୋଟିଏ ପାଶର୍‌ବରେ ଗାଡ଼ି ଆସିଲେ ବିପରୀତ ପାର୍ଶରେ ନାଲି ବତି ଜଳି ହର୍ଣ୍ଣ ବାଜିବ। ଯାହା ଫଳରେ ଅନ୍ୟ ପାର୍ଶରୁ ଆସୁଥିବା ଗାଡ଼ିକୁ ସୂଚନା ଦେବ। ଏହି ଭେଇକାଲ ସେନ୍ସର୍‌ ଆଲର୍ଟ ଯନ୍ତ୍ର ରାଜ୍ୟରେ ପ୍ରଥମ ଥର କଳିଙ୍ଗା ଘାଟିରେ ଲାଗିଥିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଆସନ୍ତାଦିନ ମାନଙ୍କରେ ଅନ୍ୟ ଦୁର୍ଘଟଣା ପ୍ରବଣ ସ୍ଥାନ ମାନଙ୍କରେ ଲଗାଯିବ ବୋଲି ସୂଚନା ଦେଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri