ଚେତାବନୀ, ସମସ୍ତଙ୍କର ଟିକାକରଣ ନ ହେଲେ, ଆସୁଥିବ ନୂଆ ନୂଆ ଭାରିଆଣ୍ଟ…

ନୂଆଦିଲ୍ଲୀ, ୧୮।୧ : ଜାତିସଂଘର ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ ୨୦୨୨ ବର୍ଷରେ ବହୁବିଧ ସଂସ୍କାର ଆଣିବା ସହିତ ଉପଯୁକ୍ତ ପଦକ୍ଷେପ ନେବାକୁ ବିଶ୍ୱ ନେତାମାନଙ୍କୁ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି ଯେ କରୋନା ମହାମାରୀର ମୁକାବିଲା ସମାନତା ଏବଂ ନିରପେକ୍ଷତାର ଆଧାରରେ କରାଯିବା ଆବଶ୍ୟକ।

ସେ ଚେତାବନୀ ଦେଇଛନ୍ତି ଯେପର୍ଯ୍ୟନ୍ତ ପୃଥିବୀର ପ୍ରତ୍ୟେକ ବ୍ୟକ୍ତିଙ୍କ ଟିକାକରଣ ନ କରାଯାଇଛି ସେ ପର୍ଯ୍ୟନ୍ତ କରୋନାର ନୂଆ ନୂଆ ଭାରିଆଣ୍ଟ ଆସଥିବ। ଏହାଦ୍ୱାରା ଲୋକଙ୍କ ଜୀବନ ଏବଂ ଅର୍ଥନୀତି ଅଟକି ଯିବାର ଯଥେଷ୍ଟ ଆଶଙ୍କା ରହିଛି।

୨୦୨୨ ବିଶ୍ୱ ଅର୍ଥନୈତିକ ଫୋରମ ବୈଠକର ଅଧିବେଶନକୁ ସମ୍ବୋଧିତ କରିବାବେଳେ ଗ୍ୟୁଟେରସ ଏହା କହିଛନ୍ତି। ସେ କହିଛନ୍ତି ଯେ ଗତ ଦୁଇ ବର୍ଷ ମଧ୍ୟରେ ସେ ଏକ ସରଳ କିନ୍ତୁ କଠୋର ସତ୍ୟ ପ୍ରମାଣି ହୋଇଛି ଯେ ଯଦି ଆମେ କାହାକୁ ଛାଡିଦେଉ, ତେବେ ଆମେ ସମସ୍ତଙ୍କୁ ଛାଡିବା ଭଳି ସମସ୍ୟା ସୃଷ୍ଟି ହୋଇଥାଏ। ସେ କହିଛନ୍ତି ଯେ ୨୦୨୨ କୁ ସଂସ୍କାରର ପ୍ରକୃତ ବର୍ଷ ଭାବେ ମହାମାରୀର ମୁକାବିଲା ପାଇଁ ଆମେ ଏକଜୁଟ ହେବାର ଆବଶ୍ୟକତା ରହିଛି।

କରୋନା ମହାମାରୀର ନୂତନ ଓମିକ୍ରନ ଭାରିଆଣ୍ଟ ଯୋଗୁ ପୁଣି ସଙ୍କଟ ଘନେଇବାରେ ଲାଗିଛି। ଏହି କାରଣରୁ, ଲୋକମାନେ କଠିନ ସମୟର ସମ୍ମୁଖୀନ ହେଉଛନ୍ତି। ଏଭଳି ପରିସ୍ଥିତିରେ ପୁନରୁଦ୍ଧାର ଏବଂ ଅର୍ଥନୈତିକ ସଂସ୍କାର ପାଇଁ ଆମ ସମସ୍ତଙ୍କର ସହଯୋଗ ଏକାନ୍ତ ଆବଶ୍ୟକ।

ଜାତିସଂଘର ମହାସଚିବ ଉଦ୍‌ବେଗ ପ୍ରକାଶ କରି କହିଛନ୍ତି ଯେ ଆଫ୍ରିକୀୟ ଦେଶ ତୁଳନାରେ ଉଚ୍ଚ ଆୟକାରୀ ଦେଶରେ ଟିକାକରଣ ହାର ସାତଗୁଣ ଅଧିକ। ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଯଦି ଆମେ ପ୍ରତ୍ୟେକ ବ୍ୟକ୍ତିଙ୍କୁ ଟିକାକରଣ କରିବାରେ ବିଫଳ ହୁଏ, ତେବେ ନୂତନ ଭାରିଆଣ୍ଟଗୁଡିକ ଆସିବା ଧାରା ଜାରି ରହିବ ଏବଂ ଲୋକଙ୍କ ଦୈନନ୍ଦିନ ଜୀବନ ଏବଂ ଅର୍ଥନୀତିକୁ ପ୍ରଭାବିତ କରିବ।

ଗତ ବର୍ଷ ଶେଷ ସୁଦ୍ଧା ସମସ୍ତ ଦେଶର ୪୦ ପ୍ରତିଶତ ଏବଂ ଚଳିତ ବର୍ଷ ମଧ୍ୟଭାଗ ସୁଦ୍ଧା ୭୦ ପ୍ରତିଶତ ଲୋକଙ୍କୁ ଟିକାକରଣ କରିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଧାର୍ଯ୍ୟ ହୋଇଥିବା ଲକ୍ଷ୍ୟରେ ଆମେ ପହଞ୍ଚି ପାରି ନାହୁଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri