ଘୋଡ଼ାହାଡ଼ ଡ୍ୟାମ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସତର୍କ ସୂଚନା ଜାରି, ଯେକୌଣସି ମୁହୂର୍ତ୍ତରେ…

ଦିଗପହଣ୍ଡି,୨୬।୯(ଅଶେଷ ନାଥ ମିଶ୍ର): ସମ୍ଭାବ୍ୟ ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ଅଧୀନ ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପ ବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଯେକୌଣସି ମୁହୂର୍ତ୍ତରେ ଘୋଡାହାଡ ଡ୍ୟାମରୁ ସ୍ପିଲ ୱେ ମୁଖ୍ୟ ଫାଟକ ଦେଇ ନଦୀ ମଧ୍ୟକୁ ପାଣି ଛଡ଼ା ଯାଇପାରେ ବୋଲି ନଦୀ ତଟବର୍ତ୍ତୀ ଗ୍ରାମବାସୀଙ୍କୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି।

ଡ୍ୟାମର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ବର୍ତ୍ତମାନ ଜଳଭଣ୍ଡାରରେ ୬୬ ପ୍ରତିଶତ ଅର୍ଥାତ ୧୧୪.୮୦ ମିଟର ପାଣି ଗଚ୍ଛିତ ରହିଥିବା ଜଳସମ୍ପଦ ବିଭାଗ ଉପ ନିର୍ବାହୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ ଜଣାଇଛନ୍ତି। ଏହି ପରିପ୍ରେକ୍ଷୀରେ ଲଘୁଚାପ ବର୍ଷା ପ୍ରଭାବରୁ ଆଗାମୀ ଦୁଇଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଅଛି। ତେଣୁ ଡ଼୍ୟାମର ସୁରକ୍ଷା ଦୃଷ୍ଟିରୁ ନଦୀ ମଧ୍ୟକୁ ପାଣି ଛଡ଼ାଯିବ। ପାଣିରେ ଡ଼୍ୟାମ ଭିତରୁ କୁମ୍ଭୀର ମଧ୍ୟ ଚାଲି ଯାଇପାରେ ବୋଲି ଆଶଙ୍କା ରହିଛି। ତେଣୁ ନଦୀ କୁଳିଆ ଗୋଲଣ୍ଡା,ମଧୁବନ, ସେବକ ଟିକରପଡ଼ା, କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି,ଗୁମା, ପନାଡ,ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା, ଆମ୍ବ ଗାଁ, ତିଳେଶ୍ୱର, ମହାନଳା, ପଳାଶ ପୁର, ନୂଆଗଡ, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର, ଗ୍ରାମବାସୀ ମାନେ ନଦୀ ମଧ୍ୟକୁ ନଯିବା ସହ ଗୃହପାଳିତ ପ୍ରାଣୀ ମାନଙ୍କୁ ନ ଛାଡ଼ିବା ପାଇଁ ଅନୁରୋଧ କରାଯାଇଥିବା ବେଳେ ଏନେଇ କାର୍ଯ୍ୟାଳୟ ପତ୍ର ସଂଖ୍ୟା – ୨୦୭ ଅନୁଯାୟୀ ବିଭିନ୍ନ ବିଭାଗ,ଥାନା ଗୁଡ଼ିକୁ ସୂଚନା ଦିଆଯାଇଥିବା ଜଣାପଡିଛି ।

Dharitri No. 1, Most  Trusted Odia Daily of Odisha


Enter your email to get our daily news in your inbox.

All Right Reserved By Dharitri.Com

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?