Posted inରାଜ୍ୟ

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ ସକାଳେ ଖରାତାତି ସହ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ଝଡ଼ବର୍ଷା ଆରମ୍ଭ ହୋଇଯାଉଛି। ଶନିବାର ୧୬ଟି ସ୍ଥାନରେ ଦିନ ତାପମାତ୍ରା ୩୪ ଡିଗ୍ରୀ ଓ ଏହାଠାରୁ ଅଧିକ ରହିଥିବାବେଳେ ୩୬.୨ ଡିଗ୍ରୀ ତାପମାତ୍ରା ସହିତ ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ସେହିଭଳି ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ବର୍ଷା ଓ ପବନ ହୋଇଥିଲା। ରବିବାର ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିୟମିତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଅନ୍ୟପକ୍ଷରେ ଆଗକୁ ଦୁର୍ଗାପୂଜା ଥିବାବେଳେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନାନୁସାରେ, ଥାଇଲାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟ ୧୧ ତାରିଖ ବେଳକୁ ଆଣ୍ଡାମାନ ସାଗର ମଧ୍ୟକୁ ପ୍ରବେଶ କରିବ। ଏହା ପ୍ରଭାବରେ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ ବିଶେଷଜ୍ଞ ଡ. ଶରତ ସାହୁ କହିଛନ୍ତି, ଟ୍ରଫ୍‌ ଲାଇନ ବା ପୂର୍ବ ପଟୁ ପବନ ପ୍ରବାହ ଯୋଗୁ ୧୩ ତାରିଖରୁ ଓଡ଼ିଶାରେ ପାଗ ବଦଳିପାରେ। ୧୩ ରାତିରୁ ୧୫ ରାତି କିମ୍ବା ୧୬ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ବର୍ଷା ହୋଇପାରେ। ବିଶେଷକରି ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ସେ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?