ରାଜରାସ୍ତାକୁ ଓହ୍ଲାଇବାକୁ ଭାଜପାର ଚେତାବନୀ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ପୁରୀ ଜିଲା ଗୋପ ବ୍ଲକ ୧୧ ନଂ. ଜିଲା ପରିଷଦ ଜୋନ ସଭ୍ୟ ତଥା ବିଜୁ ଜନତା ଦଳ ନେତା ଧର୍ମେନ୍ଦ୍ର ସାହୁ ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ ମୃତ୍ୟୁର କାରଣ ସମ୍ପର୍କରେ ସ୍ପଷ୍ଟ କରିଥିଲେ।
ସାହୁ ନିଜର ମୃତ୍ୟୁ ପାଇଁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କୁ ଦାୟୀ କରିଛନ୍ତି ।
କିନ୍ତୁ ପୋଲିସ ପାଖରେ ସବୁ ତଥ୍ୟ ଓ ପ୍ରମାଣ ଥାଇ ବି କାହିଁକି ଗଣଶିକ୍ଷା ମନ୍ତ୍ରୀଙ୍କୁ ଗିରଫ କରାଯାଉନାହିଁ ବୋଲି ରାଜ୍ୟ ଭାଜପା ଉପସଭାନେତ୍ରୀ ପ୍ରଭାତୀ ପରିଡା ପ୍ରଶ୍ନ କରିଛନ୍ତି। ମୃତ୍ୟୁର କିଛି ଘଣ୍ଟା ପୂର୍ବରୁ ସ୍ବର୍ଗତ ସାହୁ ତାଙ୍କ ଘନିଷ୍ଠ ବନ୍ଧୁଙ୍କ ସହ ଫୋନରେ କଥାବାର୍ତ୍ତା ହୋଇଥିଲେ। ଏହାର ଭିଡିଓ ରେକର୍ଡ ସେ ଗଣମାଧ୍ୟମ ନିକଟରେ ଉପସ୍ଥାପନ କରିଛନ୍ତି ।
ସାହୁଙ୍କ ମୃତ୍ୟୁକୁ ୭ଦିନ ବିତିଯାଇଥିଲେ ମଧ୍ୟ ପୋଲିସ କାହିଁକି ପଦକ୍ଷେପ ନେଉନାହିଁ ବୋଲି ପ୍ରଭାତୀ କହିଛନ୍ତି। ଯଦି ପୋଲିସ ଅଧିକାରୀ ଏହି ଘଟଣାର ସମ୍ବେଦନଶୀଳ ତଦନ୍ତ ନ କରନ୍ତି ତେବେ ଭାରତୀୟ ଜନତା ପାର୍ଟି ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବ ବୋଲି ପରିଡ଼ା ଚେତାବନୀ ଦେଇଛନ୍ତି।ଶନିବାର ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ମୃତ ସାହୁଙ୍କ ସହିତ ମନ୍ତ୍ରୀ ଦାଶଙ୍କ ସୁସମ୍ପର୍କ ଥିଲା । ମନ୍ତ୍ରୀ ନିଜେ ପ୍ରଭାବ ପକାଇ ଗତ ପଞ୍ଚାୟତ ନିର୍ବାଚନରେ ଶାସକ ବିଜେଡି ତରଫରୁ ଜିଲା ପରିଷଦ ସଦସ୍ୟ ଭାବେ ତାଙ୍କୁ ନିର୍ବାଚିତ କରାଇଥିଲେ ା
ମାତ୍ର ୫ ମାସ ହେବ ନିର୍ବାଚିତ ହୋଇଥିବା ସାହୁ ମୃତ୍ୟୁ ପୂର୍ବରୁ ଏକ ଭିଡିଓ ବାର୍ତ୍ତା ଜରିଆରେ ରାଜନୈତିକ ବିବାଦ ହିଁ ପାରିବାରିକ କଳହର ମୁଖ୍ୟ କାରଣ ବୋଲି କହିଥିଲେ ା ଭାଇରାଲ ଅଡିଓ କ୍ଲିପ୍‌ରେ ମଧ୍ୟ ସ୍ବର୍ଗତ ସାହୁ ନିଜ ମୃତ୍ୟୁର କାରଣ ପାଇଁ ମନ୍ତ୍ରୀଙ୍କ ସମେତ ୭ ଜଣଙ୍କ ନାମ ଉଲ୍ଲେଖ କରିଛନ୍ତି । ଏହି ଘଟଣାର ନିରପେକ୍ଷ ତଦନ୍ତ କରାଗଲେ ଅନେକ ତଥ୍ୟ ସାମ୍ନାକୁ ଆସିବା ସହିତ ଜଣେ ନବନିର୍ବାଚତ ଜନପ୍ରତିନିଧିଙ୍କୁ ପ୍ରକୃତ ନ୍ୟାୟ ମିଳିପାରିବ ବୋଲି ପ୍ରଭାତୀ କହିଛନ୍ତି। ଏହି ଅବସରରେ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଦିଲୀପ ନାୟକ, ଆଶ୍ରିତ ପଟ୍ଟନାୟକ, ପ୍ରଭଞ୍ଜନ ମହାପାତ୍ର, ଉମାକାନ୍ତ ନାୟକ, ଦିଗ୍‌ଦର୍ଶନ ପଟ୍ଟନାୟକ, ବାଇଧର ମଲ୍ଲିକ, ଜ୍ୟୋତି ମହାପାତ୍ର, ଜୟନ୍ତ ଦାସ, ପୁର୍ଣ୍ଣଚନ୍ଦ୍ର ଓଝା, ସୁଶାନ୍ତ ସ୍ବାଇଁ, ଯୁବମୋର୍ଚ୍ଚ ରାଜ୍ୟ ସଭାପତି ଇରାଶିଷ ଆଚାର୍ଯ୍ୟ ଓ ମହିଳା ମୋର୍ଚ୍ଚା ରାଜ୍ୟ ସଭାପତି ସ୍ମୃତି ପଟ୍ଟନାୟକ, ଜିଲା ସଭାପତି ବାବୁ ସିଂ, ଜିଲା ଉପସଭାପତି ଜଗନ୍ନାଥ ପ୍ରଧାନ, ଦିଲୀପ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri