ରାଜରାସ୍ତାକୁ ଓହ୍ଲାଇବାକୁ ଭାଜପାର ଚେତାବନୀ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ପୁରୀ ଜିଲା ଗୋପ ବ୍ଲକ ୧୧ ନଂ. ଜିଲା ପରିଷଦ ଜୋନ ସଭ୍ୟ ତଥା ବିଜୁ ଜନତା ଦଳ ନେତା ଧର୍ମେନ୍ଦ୍ର ସାହୁ ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ ମୃତ୍ୟୁର କାରଣ ସମ୍ପର୍କରେ ସ୍ପଷ୍ଟ କରିଥିଲେ।
ସାହୁ ନିଜର ମୃତ୍ୟୁ ପାଇଁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କୁ ଦାୟୀ କରିଛନ୍ତି ।
କିନ୍ତୁ ପୋଲିସ ପାଖରେ ସବୁ ତଥ୍ୟ ଓ ପ୍ରମାଣ ଥାଇ ବି କାହିଁକି ଗଣଶିକ୍ଷା ମନ୍ତ୍ରୀଙ୍କୁ ଗିରଫ କରାଯାଉନାହିଁ ବୋଲି ରାଜ୍ୟ ଭାଜପା ଉପସଭାନେତ୍ରୀ ପ୍ରଭାତୀ ପରିଡା ପ୍ରଶ୍ନ କରିଛନ୍ତି। ମୃତ୍ୟୁର କିଛି ଘଣ୍ଟା ପୂର୍ବରୁ ସ୍ବର୍ଗତ ସାହୁ ତାଙ୍କ ଘନିଷ୍ଠ ବନ୍ଧୁଙ୍କ ସହ ଫୋନରେ କଥାବାର୍ତ୍ତା ହୋଇଥିଲେ। ଏହାର ଭିଡିଓ ରେକର୍ଡ ସେ ଗଣମାଧ୍ୟମ ନିକଟରେ ଉପସ୍ଥାପନ କରିଛନ୍ତି ।
ସାହୁଙ୍କ ମୃତ୍ୟୁକୁ ୭ଦିନ ବିତିଯାଇଥିଲେ ମଧ୍ୟ ପୋଲିସ କାହିଁକି ପଦକ୍ଷେପ ନେଉନାହିଁ ବୋଲି ପ୍ରଭାତୀ କହିଛନ୍ତି। ଯଦି ପୋଲିସ ଅଧିକାରୀ ଏହି ଘଟଣାର ସମ୍ବେଦନଶୀଳ ତଦନ୍ତ ନ କରନ୍ତି ତେବେ ଭାରତୀୟ ଜନତା ପାର୍ଟି ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବ ବୋଲି ପରିଡ଼ା ଚେତାବନୀ ଦେଇଛନ୍ତି।ଶନିବାର ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ମୃତ ସାହୁଙ୍କ ସହିତ ମନ୍ତ୍ରୀ ଦାଶଙ୍କ ସୁସମ୍ପର୍କ ଥିଲା । ମନ୍ତ୍ରୀ ନିଜେ ପ୍ରଭାବ ପକାଇ ଗତ ପଞ୍ଚାୟତ ନିର୍ବାଚନରେ ଶାସକ ବିଜେଡି ତରଫରୁ ଜିଲା ପରିଷଦ ସଦସ୍ୟ ଭାବେ ତାଙ୍କୁ ନିର୍ବାଚିତ କରାଇଥିଲେ ା
ମାତ୍ର ୫ ମାସ ହେବ ନିର୍ବାଚିତ ହୋଇଥିବା ସାହୁ ମୃତ୍ୟୁ ପୂର୍ବରୁ ଏକ ଭିଡିଓ ବାର୍ତ୍ତା ଜରିଆରେ ରାଜନୈତିକ ବିବାଦ ହିଁ ପାରିବାରିକ କଳହର ମୁଖ୍ୟ କାରଣ ବୋଲି କହିଥିଲେ ା ଭାଇରାଲ ଅଡିଓ କ୍ଲିପ୍‌ରେ ମଧ୍ୟ ସ୍ବର୍ଗତ ସାହୁ ନିଜ ମୃତ୍ୟୁର କାରଣ ପାଇଁ ମନ୍ତ୍ରୀଙ୍କ ସମେତ ୭ ଜଣଙ୍କ ନାମ ଉଲ୍ଲେଖ କରିଛନ୍ତି । ଏହି ଘଟଣାର ନିରପେକ୍ଷ ତଦନ୍ତ କରାଗଲେ ଅନେକ ତଥ୍ୟ ସାମ୍ନାକୁ ଆସିବା ସହିତ ଜଣେ ନବନିର୍ବାଚତ ଜନପ୍ରତିନିଧିଙ୍କୁ ପ୍ରକୃତ ନ୍ୟାୟ ମିଳିପାରିବ ବୋଲି ପ୍ରଭାତୀ କହିଛନ୍ତି। ଏହି ଅବସରରେ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଦିଲୀପ ନାୟକ, ଆଶ୍ରିତ ପଟ୍ଟନାୟକ, ପ୍ରଭଞ୍ଜନ ମହାପାତ୍ର, ଉମାକାନ୍ତ ନାୟକ, ଦିଗ୍‌ଦର୍ଶନ ପଟ୍ଟନାୟକ, ବାଇଧର ମଲ୍ଲିକ, ଜ୍ୟୋତି ମହାପାତ୍ର, ଜୟନ୍ତ ଦାସ, ପୁର୍ଣ୍ଣଚନ୍ଦ୍ର ଓଝା, ସୁଶାନ୍ତ ସ୍ବାଇଁ, ଯୁବମୋର୍ଚ୍ଚ ରାଜ୍ୟ ସଭାପତି ଇରାଶିଷ ଆଚାର୍ଯ୍ୟ ଓ ମହିଳା ମୋର୍ଚ୍ଚା ରାଜ୍ୟ ସଭାପତି ସ୍ମୃତି ପଟ୍ଟନାୟକ, ଜିଲା ସଭାପତି ବାବୁ ସିଂ, ଜିଲା ଉପସଭାପତି ଜଗନ୍ନାଥ ପ୍ରଧାନ, ଦିଲୀପ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri