ଛତିଶଗଡ଼ରେ ମିଶିବାକୁ ଚେତାବନୀ

ନୂଆପଡା ଅଫିସ,୧୩।୩: କେନ୍ଦ୍ର ତଥା ରାଜ୍ୟ ସରକାର ଜନସାଧାରଣଙ୍କ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। କିନ୍ତୁ ନୂଆପଡା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ୨ଟି ପଞ୍ଚାୟତରେ ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ମୌଳିକ ସୁବିଧା ପହଞ୍ଚତ୍ପାରୁନାହିଁ। ଏହାର ପ୍ରତିବାଦରେ ଶୁକ୍ରବାର ପୂର୍ବାହ୍ନରେ ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ସୁନାବେଡା ଓ ସୋସେଙ୍ଗ ପଞ୍ଚାୟତର ଶତାଧିକ ମହିଳା ଓ ପୁରୁଷ ସୁନାବେଡାର ଲିଙ୍ଗଭଟ୍ଟା ଆମ୍ବ ବଗିଚାଠାରେ ଏକ ମେଳି କରିଥିଲେ। ସୁନାବେଡା ସରପଞ୍ଚ ତିଲସିଂ ଝାଙ୍କରଙ୍କ ନେତୃତ୍ୱରେ ଆୟୋଜିତ ସାଧାରଣ ସଭାରେ ସରକାରଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ଆଦିବାସୀମାନଙ୍କ ପାଇଁ ସରକାର ଅଣଦେଖା କରୁଛନ୍ତି।

ଗୋଡାପାହାଡ ଉପରେ ବାସ କରୁଥିବା ଅଧିବାସୀ ଗମନାଗମନ, ବିଜୁଳି, ପାନୀୟ ଜଳ, ଶିକ୍ଷା, ସ୍ବାସ୍ଥ୍ୟ ସେବାରୁ ସମ୍ପୂର୍ଣ୍ଣ ବଞ୍ଚତ୍ତ ହୋଇ ରହିଛନ୍ତି। ଏହାର ସମାଧାନ ରାଜ୍ୟ ସରକାର ଅତିଶୀଘ୍ର ନ କଲେ ଆମେ ଛତିଶଗଡ ରାଜ୍ୟରେ ମିଶିବୁ ବୋଲି ଜିଲା ପ୍ରଶାସନକୁ ସଭାରେ ଚେତାବନୀ ଦିଆଯାଇଛି। ସଭାରେ ବିଜୟ ଝାଙ୍କର, ବିଶ୍ରାମ ଛତ୍ରିଆ, ବିରକିଶୋର ଜଗତ, କମଳସିଂ ମାଝି, ଯାଦବ ଖମାରି, ଲକ୍ଷ୍ମଣ ସ୍ବାଇଁ, ଜୁବରାଜ ଛତ୍ରିଆ, ଭୁଜବଲ ମାଝି, କଳିରାମ ସୁଆର, ପୁରନ ବିଶ୍ୱାଳ, ଗୋସିଙ୍ଗ ମାଜୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ମେଳିରେ ସୁନାବେଡା ପଞ୍ଚାୟତ ଗାତିବେଡା, ଢେକୁନପାଣି, ସାଲେଭଟା, ଆମାମୋଲା, ଦାଥୁନାମା, ସନବାହାଲି, କୋରଡାବେଡା ଓ ସୋସେଙ୍ଗ ପଞ୍ଚାୟତର ଅଡାର, ଧାକଲି, ସୋସେଙ୍ଗ, ଦେଓସି, ଭାବସି, ଗୁରୁପାନି, ଶିବନାରାୟଣପୁର, ତାଲାବେଲା, ରୁପିଅମ, ଗଡଗଡା ଆଦି ଗାଁର ଶତାଧିକ ମହିଳା ଓ ପୁରୁଷ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri