ଦାବି ପୂରଣ ନ ହେଲେ ଷ୍ଟିୟରିଂ ଛାଡ଼ିବାକୁ ଚେତାବନୀ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଦୀର୍ଘ ୨ ମାସ ହେବ ୧୦ ଦଫା ଦାବି ପୂରଣ ପାଇଁ ଦାବିପତ୍ର ଦିଆଯାଇଥିବା ବେଳେ ସରକାର ଏହାକୁ କର୍ଣ୍ଣପାତ କରୁନାହାନ୍ତି। କରୋନା ମହାମାରୀ କାଳରେ ନିଜ ଜୀବନକୁ ବାଜି ଲଗାଇ ଡ୍ରାଇଭରମାନେ ଗୋଟିଏ ଜାଗାରୁ ଅନ୍ୟତ୍ର ଯାଉଥିବା ବେଳେ ସେମାନଙ୍କୁ କରୋନା ଯୋଦ୍ଧା ମାନ୍ୟତା ମିଳୁ ନାହିଁ। ୧୦ ଦଫା ଦାବି ପୂରଣ ଲାଗି ଶୁକ୍ରବାର ହଜାର ହଜାର ସଂଖ୍ୟାରେ ଡ୍ରାଇଭର ନବୀନ ନିବାସମୁହାଁ ହୋଇଥିଲେ।
ଓଡ଼ିଶା ଡ୍ରାଇଭର ମହାସଂଘର ବିଶାଳ ଶୋଭାଯାତ୍ରା ହେତୁ ରାଜଧାନୀରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଥିଲା। ରସୁଲଗଡ଼ରୁ ବାଣୀବିହାର ହୋଇ ହଜାର ହଜାର ଡ୍ରାଇଭର ହାତରେ ପ୍ଲାକାର୍ଡ ଧରି ବିଭିନ୍ନ ସ୍ଲୋଗାନ ଦେଇ ନବୀନ ନିବାସ ଅଭିମୁଖେ ଯାଇଥିଲେ। ଡ୍ରାଇଭରମାନଙ୍କ ବିଶାଳ ରାଲି ଯୋଗୁ ପ୍ରାୟ ୩ ଘଣ୍ଟା ଧରି ରାସ୍ତାଘାଟ ଜାମ୍‌ ହୋଇ ଯାଇଥିଲା। ନିଜର ଗନ୍ତବ୍ୟସ୍ଥଳକୁ ଯାଉଥିବା ସାଧାରଣ ଲୋକ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ।
୧୦ ଦଫା ଦାବି ପୂରଣ ନିମନ୍ତେ ଗତ ସେପ୍ଟେମ୍ବର ୧ ତାରିଖରେ ଡ୍ରାଇଭର ଦିବସ ଅବସରରେ ଓଡ଼ିଶାର ୩୦ ଜିଲାର ଜିଲାପାଳଙ୍କୁ ମହାସଂଘ ପକ୍ଷରୁ ଦାବିପତ୍ର ଦିଆଯାଇଥିଲା। ଦାବି ପୂରଣ ନ ହେବାରୁ ଡ୍ରାଇଭରମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି।
ଏପରି କି ଗତ ୨୧ ତାରିଖରୁ ରାଜ୍ୟର ବିଭିନ୍ନ ଜିଲାରୁ ଡ୍ରାଇଭରମାନେ ଚାଲି ଚାଲି ଭୁବନେଶ୍ୱରମୁହାଁ ହୋଇଥିଲେ। ଆନ୍ଦୋଳନରତ ଡ୍ରାଇଭରଙ୍କ ଦାବି ଅନୁଯାୟୀ କରୋନା ବେଳେ ଡ୍ରାଇଭରମାନେ ଅହରହ କାମ କରିଥିଲେ । ହେଲେ ସେମାନଙ୍କ ପାଇଁ କୌଣସି ବ୍ୟବସ୍ଥା କରାଯାଇ ନ ଥିଲା । ତାଙ୍କୁ କରୋନା ଯୋଦ୍ଧା ଭାବେ ଘୋଷଣା କରାଯାଇ ନ ଥିବା ବେଳେ ଏ ଯାଏ ବହୁ ଡ୍ରାଇଭର କରୋନା ଟିକା ବି ପାଇପାରି ନାହାନ୍ତି। ରାଜ୍ୟରେ ବିଭିନ୍ନ ସମୟରେ ଦୁର୍ଘଟଣାର ସମ୍ମୁଖୀନ ହେଉଥିବା ଡ୍ରାଇଭରମାନଙ୍କ ସୁରକ୍ଷା ପ୍ରତି ସରକାର ଧ୍ୟାନ ଦେଉ ନ ଥିବା ଅଭିଯୋଗ ହୋଇଛି । ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାର ପାଇଁ ୨୦ ଲକ୍ଷ ଟଙ୍କାର ଇନ୍‌ସ୍ୟୁରାନ୍ସ ତଥା ୧୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ, ପ୍ରତି ୧୦୦ କିମି ଦୂରତାରେ ବସ୍‌ ପାର୍କିଂ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, ୫୫ ବର୍ଷ ପରେ ପେନ୍‌ସନ ବ୍ୟବସ୍ଥା, ଡ୍ରାଇଭରଙ୍କୁ ସୁରକ୍ଷା ଦେବା ଇତ୍ୟାଦି ମହାସଂଘ ପକ୍ଷରୁ ଦାବି କରାଯାଇଛି। ସେହିପରି ଡ୍ରାଇଭରଙ୍କ ପ୍ରତିଦିନ କାମ କରିବାର ସମୟ ସୀମା ୮ ଘଣ୍ଟା ରଖିବା ସହ ଛୋଟ ଗାଡ଼ି ଡ୍ରାଇଭରଙ୍କ ଦରମା ଅତି କମରେ ୧୫ ହଜାର ଟଙ୍କା ଓ ଲାଇନ୍‌ ଗାଡ଼ି ଡ୍ରାଇଭରଙ୍କ ଦରମା ୨୦ ହଜାର ଉପରେ କରିବା ଆଦି ଦାବି କରାଯାଇଛି। ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ କରିବାକୁ ଡ୍ରାଇଭର ମହାସଂଘ କର୍ମକର୍ତ୍ତା ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri