ପୁଷ୍ପାଳନ ସେବକଙ୍କୁ ଚେତାବନୀ: ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ହେବେ ବାସନ୍ଦ

ପୁରୀ,୨୬।୪: ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ। ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ସେମାନଙ୍କୁ ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ଏନେଇ ଶ୍ରୀମନ୍ଦିର ପୁଷ୍ପାଳକ ନିଯୋଗ ସଂପାଦକଙ୍କ ଦସ୍ତଖତରେ ନିର୍ଦ୍ଦେଶ ଜାରି ହୋଇଛି। ତେବେ ନିକଟରେ ସୁଆର ମହାସୁଆର ସେବକଙ୍କୁ ବି ବାସନ୍ଦ ଚେତାବନୀ ହୋଇଥିଲା। ଦୀଘା ମନ୍ଦିର ପ୍ରତିଷ୍ଠାରେ ରୋଷ କାର୍ଯ୍ୟରେ ଯୋଗଦେଲେ ବାସନ୍ଦ ଚେତାବନୀ ଦିଆଯାଇଥିଲା।

ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ଏହି କାର୍ଯ୍ୟକ୍ରମରେ ପୁରୀ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ଅବଢ଼ା ଓ ଶୁଖିଲା ମହାପ୍ରସାଦ ପ୍ରସ୍ତୁତକାରୀଙ୍କ ଏକ ନିର୍ଦ୍ଦେଶ ଜାରି ହୋଇଛି। ଏହି ଉଦ୍‌ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେବାକୁ ମନା କରାଯାଇଛି। ସାମିଲ ହେଲେ ସମ୍ପୃକ୍ତ ସୁପକାର ସଭ୍ୟଙ୍କୁ ନିଯୋଗରୁ ବାସନ୍ଦ କରାଯିବ। ଅର୍ଥାତ ଶ୍ରୀମନ୍ଦିର ରୋଷ କାର୍ଯ୍ୟରୁ ତାଙ୍କୁ ସବୁଦିନ ପାଇଁ ବାରଣ କରାଯିବ। ସୁଆର ମହାସୁଆର ନିଯୋଗ ସମ୍ପାଦକଙ୍କ ଦସ୍ତଖତରେ ସୂଚନା ଜାରି କରାଯାଇଛି।

ନିଉ ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅନୁକରଣରେ ନୂତନ ଅନ୍ୟ ଏକ ଜଗନ୍ନାଥ ମନ୍ଦିର ନିର୍ମାଣ ଶେଷ ହୋଇଛି l ଆସନ୍ତା ପବିତ୍ର ଅକ୍ଷୟ ତୃତୀୟାରେ ଏହି ନୂତନ ଜଗନ୍ନାଥ ମନ୍ଦିରରେ ଭଗବାନ ବଳଭଦ୍ର, ମା’ ସୁଭଦ୍ରା ଓ ଶ୍ରୀଜଗନ୍ନଥଙ୍କ ପ୍ରାଣ ପ୍ରତିଷ୍ଠା ଲାଗି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭ ଉଦଘାଟନ କରିବେ ବୋଲି ସରକାରୀ ଭାବେ ଘୋଷଣା କରାଯାଇଛି l

ମମତା ବାନାର୍ଜୀ ଡିସେମ୍ବର ୨୦, ୨୦୧ ୮ ମସିହାରେ ଦୀଘାରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଭଳି ଏଠାରେ ନୂତନ ଜଗନ୍ନାଥ ମନ୍ଦିର ନିର୍ମାଣ ହେବ ବୋଲି ଉଚ୍ଚ ପ୍ରଶାସନିକ ବୈଠକରେ ଘୋଷଣା କରିଥିଲେ l ୨୦୨୨ ମସିହାରେ ପ୍ରଥମେ ଜଗନ୍ନାଥ ମନ୍ଦିର ନିର୍ମାଣ ନିମନ୍ତେ ବଙ୍ଗ ସରକାର ୨ ଶହ କୋଟି ଟଙ୍କା ଅର୍ଥ ମଞ୍ଜୁର କରି ଖୁବଶୀଘ୍ର ମନ୍ଦିର ନିର୍ମାଣ କରିବାକୁ ନିର୍ଦେଶ ଦେଇଥିଲେ l ୬୫ ଫୁଟ ଉଚ୍ଚର ଏହି ଭବ୍ୟ ମନ୍ଦିର ନିର୍ମାଣ ନିମନ୍ତେ ହିଡ଼କୋ ସଂସ୍ଥା ହାତକୁ ନେଇଥିବାବେଳେ ରାଜସ୍ଥାନର ନାମୀ ମାର୍ବଲ ପଥରରେ ଶ୍ରୀଜଗନ୍ନାଥ ମନ୍ଦିର ସହ ଆଠଟି ମନ୍ଦିର ନିର୍ମିତ ହୋଇଛି l ମେଘନାଦ ପ୍ରାଚେରୀ ଭଳି ପ୍ରଥମ ମନ୍ଦିରରେ ପ୍ରଭୁ ବଳଭଦ୍ର, ମା’ ସୁଭଦ୍ରା ଓ ଭଗବାନ ଶ୍ରୀ ଜଗନ୍ନାଥ ପଥରରେ ମୂର୍ତ୍ତି ରହିଥିବାବେଳେ ମନ୍ଦିରର ୪ ଦ୍ୱାର ସହ ୨ ୟ ମନ୍ଦିରରେ ମା’ ଲକ୍ଷ୍ମୀଙ୍କ ମନ୍ଦିର, ସମ୍ମୁଖ ଭାଗରେ ଗରୁଡ଼ ସ୍ତମ୍ଭ, ରୋଷେଇଶାଳ, ବିଶ୍ରାମଗାର ଓ ଅତିଥିଶାଳା ରହିଛି । ମନ୍ଦିର ପ୍ରାଚେରୀ ଦୀଘା – ବର୍ଡ଼ର ରାସ୍ତା ଦକ୍ଷିଣ ପଟରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ ଲାଗି ଅନ୍ୟ ଏକ ନୂତନ ପାର୍କ ନିର୍ମାଣ କରାଯାଇଛି।

ଜଗନ୍ନାଥ ମନ୍ଦିର ପରିଚାଳନା ନିମନ୍ତେ ମୁଖ୍ୟ ସଚିବଙ୍କ ସହ ଜିଲା ମାଜିଷ୍ଟ୍ରେଟ, ଏସପି, ଇସ୍କନର ମୁଖ୍ୟ ସହ ୨ ୨ ଜଣିଆ କମିଟି ଗଠନ କରାଯାଇଥିବାବେଳେ ଇସ୍କନ ମନ୍ଦିରର ସମସ୍ତ ପରିଚାଳନା କରିବେ ବୋଲି ସରକାରୀ ଭାବେ ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri