ରାଜ୍ୟରେ ଚାଲିଛି ଖରା-ଛାଇର ଖେଳ, ୧୬ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୯ା୨: ରାଜ୍ୟର ପାଣିପାଗ ପୁଣି ପରିବର୍ତ୍ତନ ହୋଇଛି। ଦୁଇଦିନର ପ୍ରବଳ ତାତି ପରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘାଚ୍ଛନ୍ନ ରହିବା ସହିତ କିଛିକିଛି ସ୍ଥାନରେ ହାଲୁକା ବର୍ଷା ହୋଇଯାଇଛି । ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ।

ବାୟୁ ଚଳାଚଳରେ ଅସଙ୍ଗତି ସହ ପଶ୍ଚିମା ଝଡ଼ ପ୍ରଭାବରେ ଏଭଳି ପାଗ ପରିବର୍ତ୍ତନ ହୋଇଛି । ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ କନ୍ଧମାଳରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଯାଜପୁର, ଭଦ୍ରକ, ବାଲେଶ୍ବର, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର ସମେତ ପଶ୍ଚିମ ଓଡ଼ିଶାର ୧୬ ଜିଲାରେ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ୧୨ ତାରିଖରେ ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼ ସମେତ ୧୧ ଜିଲାରେ ବର୍ଷା ହୋଇପାରେ। ବର୍ଷା ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ ବୋଲି ପାଣିପାଗ ବିଭାଗ କହିଛି। ଏହା ପରେ ରାଜ୍ୟରେ ପୁଣି ତାତି ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri