ଦକ୍ଷିଣ କୋରିଆ ରାଷ୍ଟ୍ରପତିଙ୍କୁ ଗିରଫ ପାଇଁ ଓ୍ବାରେଣ୍ଟ ଜାରି

ସିଓଲ,୩୧ା୧୨: ଦକ୍ଷିଣ କୋରିଆ ରାଷ୍ଟ୍ରପତି ୟୁନ୍‌ ସୁକ୍‌ ୟେଓଲଙ୍କ ବିରୋଧରେ ମହାଭିଯୋଗ ଗୃହୀତ ହୋଇଥିବାବେଳେ ତାଙ୍କୁ ଗିରଫ କରିବା ସହ ତାଙ୍କ କାର୍ଯ୍ୟାଳୟର ତଲାସି ନେବା ପାଇଁ ସେଠାର ଏକ ଅଦାଲତ ଓ୍ବାରେଣ୍ଟ ଜାରି କରିଛନ୍ତି। ଦୁର୍ନୀତି ନିବାରଣ ସଂସ୍ଥା ପକ୍ଷରୁ ମଙ୍ଗଳବାର ଏହି ସୂଚନା ଦିଆଯାଇଛି। ଦେଶରେ ସାମରିକ ଆଇନ ଲାଗୁ କରିବା ଘଟଣାରେ ସିଓଲ୍‌ ଓ୍ବେଷ୍ଟର୍ନ ଡିଷ୍ଟ୍ରିକ୍ଟ କୋର୍ଟ ଓ୍ବାରେଣ୍ଟ ଜାରି କରିଛି।

ଦେଶରେ ବିଦ୍ରୋହ ସୃଷ୍ଟିର କାରଣ ସାମରିକ ଆଇନ ଲାଗୁ କି ନୁହେଁ, କରପ୍‌ସନ ଇନ୍‌ଭେଷ୍ଟିଗେଶନ କାର୍ଯ୍ୟାଳୟ ତାହାର ତଦନ୍ତ କରୁଛି। ଗତ ୧୪ ତାରିଖରେ ବିରୋଧୀ ଦଳ ନିୟନ୍ତ୍ରିତ ନ୍ୟାଶନାଲ ଆସେମ୍ବ୍ଲିରେ ୟୁନ୍‌ଙ୍କ ବିରୋଧରେ ମହାଭିଯୋଗ ଗୃହୀତ ହେବା ପରେ ତାଙ୍କ କ୍ଷମତା କାଢ଼ିନିଆଯାଇଛି। ତାଙ୍କୁ ରାଷ୍ଟ୍ରପତି ପଦରୁ ବରଖାସ୍ତ କରାଯିବ କି ଉକ୍ତ ପଦରେ ପୁନଃ ଅବସ୍ଥାପିତ କରାଯିବ, ସେ ନେଇ ସାମ୍ବିଧାନିକ ଅଦାଲତ ନିଷ୍ପତ୍ତି ନେବେ।

ତେବେ ବାରମ୍ବାର ଅପିଲ୍‌ ସତ୍ତ୍ୱେ ସେ ଜେରା ପାଇଁ ତଦନ୍ତକାରୀ କର୍ତ୍ତୃପକ୍ଷଙ୍କ ନିକଟରେ ହାଜର ହେଉ ନାହାନ୍ତି, କି ତାଙ୍କ କାର୍ଯ୍ୟାଳୟର ତଲାସି ପାଇଁ ଅନୁମତି ଦେଉ ନାହାନ୍ତି। ଆପରାଧିକ ମାମଲାରେ ରାଷ୍ଟ୍ରପତିଙ୍କୁ ତଦନ୍ତ ପରିସରରୁ ବାଦ୍‌ ଦିଆଯାଇଥାଏ। ତେବେ ବିଦ୍ରୋହ କିମ୍ବା ଦେଶଦ୍ରୋହ ଅଭିଯୋଗରେ ତାଙ୍କୁ ଏହି ସୁବିଧା ମିଳିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri