Posted inଜାତୀୟ

ନୌସେନାରେ ସାମିଲ ହେବ ସମୁଦ୍ରର ଆଉ ଏକ ଶେହନଶାହ ‘ତାରାଗିରି’

ନୂଆଦିଲ୍ଲୀ,୧୧ ।୯: ଶତ୍ରୁଙ୍କୁ କଡା ଜବାବ ଦେବାକୁ ତଥା ଭାରତୀୟ ସେନାକୁ ଆହୁରି ମଜଭୁତ କରିବାକୁ ଲଗାତାର କାମ ଚାଲିଛି । ଆଧୁନିକ ଅସ୍ତ୍ରଶସ୍ତ୍ର, ମିଶାଇଲ, ହେଲିକପ୍ଟରରୁ ଆରମ୍ଭ କରି ବଡ ବଡ ଯୁଦ୍ଧ ଜାହାଜକୁ ସେନାରେ ସାମିଲ କରାଯାଉଛି । ଦେଶର ପ୍ରଥମ ସ୍ୱଦେଶୀ ବିମାନବାହକ ଜାହାଜ ଆଇଏନଏସ ବିକ୍ରାନ୍ତକୁ ସେପ୍ଟେମ୍ବର ୨ରେ ଭାରତୀୟ ନୌସେନାରେ ସାମିଲ କରାଗଲା । ବିକ୍ରାନ୍ତର ଭବ୍ୟ ସ୍ୱାଗତକୁ ନେଇ ଥିବା ଉତ୍ସାହ ଏବେ ପର୍ଯ୍ୟନ୍ତ ମନରୁ ଲିଭି ନ ଥିବା ବେଳେ ଦେଶ ୧୧ ସେପ୍ଟେମ୍ବରରେ ଭାରତୀୟ ନୌସେନା ସ୍ୱଦେଶୀ ଷ୍ଟିଲ୍‌ଥ ଫ୍ରିଗେଟ ‘ତାରାଗିରି’କୁ ଲଞ୍ଚ କରିବାକୁ ପ୍ରସ୍ତୁତ ହୋଇସାରିଲାଣି । ଲଞ୍ଚିଂ ଇଭେଣ୍ଟ ମୁମ୍ବାଇର ମଝଗାଁଓ ଡକ ସିପୟାର୍ଡ ଲିମିଡେଟରେ କରାଯିବ ।
ପଶ୍ଚିମ ନୌସେନାର ଫ୍ଲାଗ ଅଫିସର କମାଣ୍ଡିଂ ଭାଇସ ଆଡମିରାଲ ଅଜେନ୍ଦ୍ର ବାହାଦୂର ସିଂ ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ରହିବେ । ଗଡୱାଲ ସ୍ଥିତ ହିମାଳୟର ଏକ ପାହାଡିଆ ଅଞ୍ଚଳର ନାମ ଅନୁଯାୟୀ ‘ତାରାଗିରି’ର ନାମକରଣ କରାଯାଇଛି । ଏହି ପ୍ରୋଜେକ୍ଟ ୧୭ଏ ଫ୍ରିଗେଟସର ୫ମ ଜାହାଜ । ଏହି ଜାହାଜ ପି୧୭ ଫ୍ରିଗେଟ୍ସ(ଶିବାଲିକ କ୍ଲାସ)ର ଉନ୍ନତ ସଂସ୍କରଣ । ଏହା ଅତ୍ୟାଧୁନିକ ଷ୍ଟିଲଥ ଫିଚର୍ସ, ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଓ ସେନସର ଓ ପ୍ଲାଟଫର୍ମ ମ୍ୟାନେଜମେଣ୍ଟ ସିଷ୍ଟମଠାରୁ ଉନ୍ନତ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?