ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା ଟଙ୍କା ଦିଆଯାଇଥିଲା। ହେଲେ ଗତ ୪ମାସ ହେବ ୩୫୦୦ ଟଙ୍କା ଭତ୍ତା ବଦଳରେ ତାଙ୍କ ଆକାଉଣ୍ଟରେ ହଜାରେ ଟଙ୍କା ଲେଖାଏ ଜମା ହୋଇଛି। ଏହାର କାରଣ ଜାଣିବା ନିମନ୍ତେ ବ୍ଳକ ଅରଗଳ ପଞ୍ଚାୟତ ମାହାରାକୁଳ ଗ୍ରାମର ଭଜହରି ରାଉତ ବ୍ଳକ ଅଫିସକୁ ଦୌଡ଼ି ନୟାନ୍ତ ହେଲେବି ତାଙ୍କ କଥା କେହି ଶୁଣୁ ନ ଥିବା ଦୁଃଖର ସହ କହିଛନ୍ତି।
ସେ ଅଭିଯୋଗ କରିଛନ୍ତି, ୨୦୨୫ ମସିହା ଏପ୍ରିଲରୁ ପ୍ରତିମାସ ୩୫୦୦ ଟଙ୍କା ଭତ୍ତା ମିଳିଥିଲା। ଡିସେମ୍ବର ମାସ ପର୍ଯ୍ୟନ୍ତ ୩୫ଶହ ଟଙ୍କା ଲେଖାଏ ମିଳିବା ପରେ ତାଙ୍କ ଭତ୍ତା ବନ୍ଦ ହୋଇଯାଇଥିଲା। ଏ ନେଇ ସେ ପଞ୍ଚାୟତ ଅପିସରେ ବୁଝିବାରୁ ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଭତ୍ତା ଯାଉଛି ବୋଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ କହିଥିଲେ। ସେ ବ୍ୟାଙ୍କ ଖାତା ଯାଞ୍ଚ କରିବାରୁ ହଜାରେ ଟଙ୍କା ଲେଖାଏ ପାଞ୍ଚ ମାସର ଭତ୍ତା ଆସିଥିବା ଜାଣିବାକୁ ପାଇଥିଲେ। ଏ ନେଇ ସେ ବ୍ଲକ ଅଫିସକୁ ଆସି ନିରାଶ ହୋଇଥିଲେ। ପରେ ଭଜହରି ଘଟଣା ସମ୍ପର୍କରେ ଗଣମାଧ୍ୟମରେ ଅଭିଯୋଗ କରିଥିଲେ। ଗଣମାଧ୍ୟମ ପ୍ରତିନିଧି ଭଜହରିଙ୍କୁ ନେଇ ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ଦେବାଶିଷ ଆଚାର୍ଯ୍ୟଙ୍କ ପାଖକୁ ଯାଇଥିଲେ। ସେଠାରେ କାଗଜ ପତ୍ର ଯାଞ୍ଚ କରିବା ପରେ ଭଜହରିଙ୍କ ଆକାଉଣ୍ଟରେ ହଜାରେ ଟଙ୍କା ଲେଖାଏ ଜମା ହୋଇଥିବା ଜଣାପଡିଥିଲା। ଅଧିକାରୀ ଆଚାର୍ଯ୍ୟ କହିଥିଲେ, ଏଣିକି ଆକାଉଣ୍ଟ ବଦଳରେ ହିତାଧିକାରୀଙ୍କ ହାତରେ ଭତ୍ତା ଟଙ୍କା ଦିଆଯିବା ବ୍ୟବସ୍ଥା ହୋଇଛି। ଯେଉଁ ପାଞ୍ଚ ମାସ ୩୫୦୦ ଟଙ୍କା ପାଇବାରୁ ସେ ବଞ୍ଚିତ ହୋଇଛନ୍ତି, ଉକ୍ତ ବଳକା ଅର୍ଥ ଚଳିତ ମାସ ଭତ୍ତା ଦେବା ସମୟରେ ଭଜହରିଙ୍କୁ ପ୍ରଦାନ କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?