Posted inଜାତୀୟ

‘ମନ୍ତ୍ରୀ ପଦ ପାଇଁ କଂଗ୍ରେସ ଛାଡ଼ି ଭାଜପାରେ ମିଶିଥିଲି’

ବେଲାଗାଭି,୧୩।୯: କର୍ନାଟକରେ କଂଗ୍ରେସ ଓ ଜେଡିଏସ୍‌ ସରକାର ଭାଙ୍ଗିବା ପୂର୍ବରୁ କଂଗ୍ରେସ ଛାଡ଼ି ଭାଜପାରେ ଯୋଗଦେବା ପାଇଁ ମୋତେ ଟଙ୍କା ନେବାକୁ ପ୍ରସ୍ତାବ ଦିଆଯାଇଥିଲା। ରବିବାର ଏଭଳି ଦାବି ସହ ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛନ୍ତି ଭାଜପା ବିଧାୟକ ଶ୍ରୀମନ୍ତ ବାଲାସାହେବ ପାଟିଲ।

ମୁଁ ଟଙ୍କା ଲୋଭରେ ଭାଜପାରେ ଯୋଗ ଦେଇନାହିଁ। ଭାଜପାରେ ଯୋଗ ଦେବା ପାଇଁ ଟଙ୍କା ନେବାକୁ ପ୍ରସ୍ତାବ ଦିଆଯାଇଥିଲା। ମୋତେ ଯେତେ ଟଙ୍କା ଦରକାର ମୁଁ କହିପାରି ଥାନ୍ତି। କିନ୍ତୁ ମୁଁ ଟଙ୍କା ଚାହିଁ ନ ଥିଲି। ମୁଁ ଲୋକଙ୍କ ସେବା କରିବା ପାଇଁ ବାଛିଥିଲି ମନ୍ତ୍ରୀ ପଦ। ମୋତେ ବର୍ତ୍ତମାନ ସରକାରରେ କାହିଁକି ଯାଗା ମିଳି ନାହିଁ, ତାହା ମୁଁ ଜାଣି ନାହିଁ। କିନ୍ତୁ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ମୋତେ ମନ୍ତ୍ରୀ ପଦ ଦେବା ଲାଗି ପ୍ରତିଶ୍ରୁତି ଦିଆଯାଇଥିଲା। ଏ ସମ୍ପର୍କରେ କର୍ନାଟକ ମୁଖ୍ୟମନ୍ତ୍ରୀ ବସଭରାଜ ବୋମାଇଙ୍କ ସହ କଥା ହୋଇଥିଲି ବୋଲି ଗଣମାଧ୍ୟମ ଆଗରେ କହିଛନ୍ତି ଭାଜପା ବିଧାୟକ।

ପାଟିଲ କାଗ୍ବାଡ ବିଧାନସଭା ନିର୍ବାଚନ ମଣ୍ଡଳିରୁ ବିଧାୟକ ଅଛନ୍ତି। ଦୀର୍ଘ ଦିନ ଧରି ସେ କଂଗ୍ରେସ ସହ ଥିଲେ। କିନ୍ତୁ ୨୦୧୯ ଜୁଲାଇରେ ସେ କଂଗ୍ରେସ ଛାଡ଼ି ଧରିଥିଲେ ଭାଜପାର ହାତ। କଂଗ୍ରେସ ଓ ଜେଡିଏସ୍‌ ଛାଡ଼ି ଭାଜପାରେ ଯୋଗ ଦେଇଥିବା ୧୬ ବିଧାୟକଙ୍କ ମଧ୍ୟରେ ପାଟିଲ ଜଣେ। ବି ଏସ୍‌ ୟଦିୟୁରପ୍ପାଙ୍କ ସରକାରରେ ତାଙ୍କୁ ମନ୍ତ୍ରୀ ପଦ ଦିଆଯାଇଥିଲା। କିନ୍ତୁ ୟଦିୟୁରପ୍ପାଙ୍କ ଇସ୍ତଫା ପରେ ବସଭରାଜ ବୋମାଇଙ୍କ ନେତୃତ୍ୱାଧୀନ ସରକାରରେ ପାଟିଲଙ୍କୁ ମନ୍ତ୍ରୀ ପଦ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri