Posted inଜାତୀୟ

‘ମନ୍ତ୍ରୀ ପଦ ପାଇଁ କଂଗ୍ରେସ ଛାଡ଼ି ଭାଜପାରେ ମିଶିଥିଲି’

ବେଲାଗାଭି,୧୩।୯: କର୍ନାଟକରେ କଂଗ୍ରେସ ଓ ଜେଡିଏସ୍‌ ସରକାର ଭାଙ୍ଗିବା ପୂର୍ବରୁ କଂଗ୍ରେସ ଛାଡ଼ି ଭାଜପାରେ ଯୋଗଦେବା ପାଇଁ ମୋତେ ଟଙ୍କା ନେବାକୁ ପ୍ରସ୍ତାବ ଦିଆଯାଇଥିଲା। ରବିବାର ଏଭଳି ଦାବି ସହ ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛନ୍ତି ଭାଜପା ବିଧାୟକ ଶ୍ରୀମନ୍ତ ବାଲାସାହେବ ପାଟିଲ।

ମୁଁ ଟଙ୍କା ଲୋଭରେ ଭାଜପାରେ ଯୋଗ ଦେଇନାହିଁ। ଭାଜପାରେ ଯୋଗ ଦେବା ପାଇଁ ଟଙ୍କା ନେବାକୁ ପ୍ରସ୍ତାବ ଦିଆଯାଇଥିଲା। ମୋତେ ଯେତେ ଟଙ୍କା ଦରକାର ମୁଁ କହିପାରି ଥାନ୍ତି। କିନ୍ତୁ ମୁଁ ଟଙ୍କା ଚାହିଁ ନ ଥିଲି। ମୁଁ ଲୋକଙ୍କ ସେବା କରିବା ପାଇଁ ବାଛିଥିଲି ମନ୍ତ୍ରୀ ପଦ। ମୋତେ ବର୍ତ୍ତମାନ ସରକାରରେ କାହିଁକି ଯାଗା ମିଳି ନାହିଁ, ତାହା ମୁଁ ଜାଣି ନାହିଁ। କିନ୍ତୁ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ମୋତେ ମନ୍ତ୍ରୀ ପଦ ଦେବା ଲାଗି ପ୍ରତିଶ୍ରୁତି ଦିଆଯାଇଥିଲା। ଏ ସମ୍ପର୍କରେ କର୍ନାଟକ ମୁଖ୍ୟମନ୍ତ୍ରୀ ବସଭରାଜ ବୋମାଇଙ୍କ ସହ କଥା ହୋଇଥିଲି ବୋଲି ଗଣମାଧ୍ୟମ ଆଗରେ କହିଛନ୍ତି ଭାଜପା ବିଧାୟକ।

ପାଟିଲ କାଗ୍ବାଡ ବିଧାନସଭା ନିର୍ବାଚନ ମଣ୍ଡଳିରୁ ବିଧାୟକ ଅଛନ୍ତି। ଦୀର୍ଘ ଦିନ ଧରି ସେ କଂଗ୍ରେସ ସହ ଥିଲେ। କିନ୍ତୁ ୨୦୧୯ ଜୁଲାଇରେ ସେ କଂଗ୍ରେସ ଛାଡ଼ି ଧରିଥିଲେ ଭାଜପାର ହାତ। କଂଗ୍ରେସ ଓ ଜେଡିଏସ୍‌ ଛାଡ଼ି ଭାଜପାରେ ଯୋଗ ଦେଇଥିବା ୧୬ ବିଧାୟକଙ୍କ ମଧ୍ୟରେ ପାଟିଲ ଜଣେ। ବି ଏସ୍‌ ୟଦିୟୁରପ୍ପାଙ୍କ ସରକାରରେ ତାଙ୍କୁ ମନ୍ତ୍ରୀ ପଦ ଦିଆଯାଇଥିଲା। କିନ୍ତୁ ୟଦିୟୁରପ୍ପାଙ୍କ ଇସ୍ତଫା ପରେ ବସଭରାଜ ବୋମାଇଙ୍କ ନେତୃତ୍ୱାଧୀନ ସରକାରରେ ପାଟିଲଙ୍କୁ ମନ୍ତ୍ରୀ ପଦ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri