ବାହାଘର ଭୋଜି ଖାଇ ଫେରୁଥିଲେ:  ରାସ୍ତାରେ ହେଲା ଭୟଙ୍କର ଦୁର୍ଘଟଣା

ମୋହନା,୪।୫(ମନ୍ମଥ ମିଶ୍ର): ଗଜପତି ଜିଲା ଆର.ଉଦୟଗିରି ବ୍ଲକ ରାମଗିରିସ୍ଥିତ କୃଷି ଉଦ୍ୟାନ କାର୍ଯ୍ୟାଳୟ ସମ୍ମୁଖରେ ଦୁଇ ବାଇକ ମୁହାମୁହିଁ ଧକ୍କାହୋଇ  ଘଟଣାସ୍ଥଳରେ ଜଣେ ମୃତ, ଛଅ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଥିବା ଜଣାପଡିଛି । ଘଟଣାସ୍ଥଳରେ ରାମଗିରି ପୋଲିସ ପହଞ୍ଚି ଆହତଙ୍କୁ ମେଡ଼ିକାଲରେ ପହଞ୍ଚାଇବା ସହ ଦୁଇଟି ବାଇକ ଜବତ କରି ଏଏସଆଇ ସନ୍ତୋଷ କୁମାର ବେହେରା ତଦନ୍ତ ଭାର ନେଇ ତଦନ୍ତ ଜାରି ରଖିଛନ୍ତି । ମିଳିଥିବା ସୂଚନା ପ୍ରକାରେ ପାତ୍ରବସା ଗ୍ରାମର ଗୋଟିଏ ପରିବାରର ଶିଶୁ କନ୍ୟା ସହିତ ୩ ଜଣ ଏଚ ଏଫ ଡିଲେକ୍ସ (ଓ ଡି ୨୦ ବି ୫୩୩୩ ) ମୋଟର ସାଇକେଲ ଯୋଗେ ରାମଗିରି ନିକଟ ଦଶିରାମପୁର ଗ୍ରାମରେ ଏକ ବାହାଘର ଭୋଜି ଖାଇବାକୁ ଯାଇ ଫେରୁଥିବା ସମୟରେ ବିପରୀତ ଦିଗରୁ ଖାରିପଦା ଗ୍ରାମର ୩ ଜଣ ଯୁବକ ଏଚଏଫଡିଲେକ୍ସ (ଓଡି୦୭ଏଚ୦୫୯୫ ) ମୋଟର ସାଇକେଲ ଯୋଗେ ସେହି ଦାଶିରାମପୁର ଗ୍ରାମକୁ ଭୋଜି ଖାଇବାକୁ ଯାଉଥିବା ବେଳେ ରାମଗିରି ସ୍ଥିତ କୃଷି ଉଦ୍ୟାନ ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇ ଦୁର୍ଘଟଣା ଘଟିଛି । ସମସ୍ତ ଆହତଙ୍କୁ ପୋଲିସ ସମେତ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ରାମଗିରି ପ୍ରାଥମିକ ଚିକିତ୍ସାଳୟକୁ ନିଆଯାଇଥିଲା l ଦୁର୍ଘଟଣାସ୍ଥଳରେ ଉଦୟଗିରି ବ୍ଲକ ଅବାରସିଂ ପଞ୍ଚାୟତର ପାତ୍ରବସା ଗ୍ରାମର ଜୁନେସ ଶବରଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ଥିବା ପାତ୍ରବସା ଗ୍ରାମର ସୂର୍ଯ୍ୟବତୀ ଶବର(୧୮) ରୁକ୍ମଣୀ ଶବର (୫ ) ସରସ୍ବତୀ ଶବର (୧୬) ଓ ଅବାରସିଂ ପଞ୍ଚାୟତ ଖାରିପଦା ଗ୍ରାମର ଶତ୍ରୁଘନ ରଇତ, ଗଣନାଥ ରଇତ, ଶିବରାମ ରଇତ ବୋଲି ପରିଚୟ ମିଳିଛି ।
ଡାକ୍ତର ସୁବ୍ରତ କୁମାର ସାହୁ ଓ ଶ୍ରୀଧର ସାହୁ ପ୍ରାଥମିକ ଚିକିତ୍ସା କରି ଖାରିପଦା ଗ୍ରାମର ଶତ୍ରୁଘନ ରଇତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଅଧିକା ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର ହୋଇଥିବା ବେଳେ ଅନ୍ୟ ଗୁରୁତର ଆହତ ୫ ବର୍ଷର ଶିଶୁ କନ୍ୟା ରୁକ୍ମିଣୀ ଶବର , ସୂର୍ଯ୍ୟବତୀ ଶବର ଓ ସରସ୍ବତୀ ଶବରଙ୍କୁ ଅଧିକା ଚିକିତ୍ସା ପାଇଁ ସ୍ଥାନାନ୍ତର କରିବାପାଇଁ ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ ଯୋଗୁ ଗାଡି ଭଡା କରି ବ୍ରହ୍ମପୁର ବଡ଼ ମେଡିକାଲକୁ ପରିବାର ଲୋକ ନେଇଥିଲେ l ଏ ନେଇ ରାମଗିରି ଥାନାରେ ୩୨/୨୬ ରେ ଏକ ମାମଲା ରୁଜୁ କରାଯାଇ ମୃତଦେହ ବ୍ୟବଛେଦ ପାଇଁ ଜଲା ମୁଖ୍ୟ ଚିକିତ୍ସାଳୟ ପାରଳାଖେମୁଣ୍ଡିକୁ ପଠାଯାଇଛି l ମୃତଦେହ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଥାନା ଅଧିକାରୀ ଡି. ଗଜପତି ଦୋରା ସୂଚନା ଦେଇଛନ୍ତି l
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?