Posted inଜାତୀୟ

ଧାରା ୩୭୦ ଉଚ୍ଛେଦ ସମୟରେ କେନ୍ଦ୍ର ସହ ଥିଲେ, ଏବେ ବିରୋଧୀଙ୍କ ସମର୍ଥନ ଲୋଡୁଛନ୍ତି, କେଜରିଓ୍ବାଲଙ୍କୁ ଓମାରଙ୍କ ସମାଲୋଚନା …

ଶ୍ରୀନଗର,୧୦।୬ : ନ୍ୟାଶନାଲ କନଫରେନ୍ସ (ଏନସି) ନେତା ତଥା ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶନିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ସୁପ୍ରିମୋ ଅରବିନ୍ଦ କେଜରିୱାଲଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ପ୍ରଶ୍ନ କରିଛନ୍ତି ଯେତେବେଳେ ଜମ୍ମୁ କଶ୍ମୀରରୁ ଧାରା ୩୬୦ ଅପସାରିତ ହୋଇଥିଲା, କେଜରିୱାଲ କେଉଁଠାରେ ଥିଲେ? ସେ ସେତେବେଳେ କେନ୍ଦ୍ର ସରକାରଙ୍କ ସହ ଛିଡା ହୋଇଥିଲେ ଏବଂ ଆଜି ସେ କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶ ବିରୁଦ୍ଧରେ ଅନ୍ୟ ଦଳଗୁଡ଼ିକର ସମର୍ଥନ ଲୋଡୁଛନ୍ତି।

ଏଏପି ସୁପ୍ରିମୋ କ୍ରମାଗତ ଭାବରେ ବିରୋଧୀ ଦଳର ନେତାମାନଙ୍କୁ ଭେଟି ଦିଲ୍ଲୀରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶ ବିରୁଦ୍ଧରେ ସମର୍ଥନ ହାସଲ କରିବାର ପ୍ରୟାସ କରୁଛନ୍ତି।

ରାଜୌରୀରେ ଗଣମାଧ୍ୟମ ସହ କଥାବାର୍ତ୍ତା କରୁଥିବାବେଳେ ଓମାର ଏଭଳି କହିଛନ୍ତି। କେଜରିୱାଲ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ରଦ୍ଦ କରିବାକୁ ଚାହୁଁଛନ୍ତି, ଯାହାଫଳରେ ଦିଲ୍ଲୀରେ ଟ୍ରାନ୍ସଫର ପୋଷ୍ଟର କ୍ଷମତା ତାଙ୍କ ହାତକୁ ଫେରିବ।
ଏଥିପାଇଁ ଭାଜପା ସରକାରଙ୍କୁ ରାଜ୍ୟସଭାରେ ସଂଖ୍ୟାଗରିଷ୍ଠତା ଆବଶ୍ୟକ। ଏହି କାରଣରୁ କେଜରିଓ୍ବାଲ ଏବେ ବୁଲି ବୁଲି ବିଭିନ୍ନ ଦଳରୁ ସମର୍ଥନ ମାଗୁଛନ୍ତି ।

ଏଭଳି ପରିସ୍ଥିତିରେ କଂଗ୍ରେସ ନେତା ସନ୍ଦୀପ ଦୀକ୍ଷିତ ଏବଂ ଅଜୟ ମାକେନ କହିଛନ୍ତି କେଜରିୱାଲ ଦିଲ୍ଲୀର ଲୋକଙ୍କ ପାଇଁ ନୁହେଁ ବରଂ ନିଜକୁ ବଞ୍ଚାଇବା ପାଇଁ ଏହି ଅଧ୍ୟାଦେଶକୁ ବିରୋଧ କରୁଛନ୍ତି। ଏହା ସହିତ କେଜ୍ରିୱାଲଙ୍କୁ ସମର୍ଥନ ନ କରିବାକୁ ଉଭୟ ନେତା କଂଗ୍ରେସକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri