ଧୋଇନେଲା ଲଘୁଚାପ

ଭୁବନେଶ୍ୱର,୨୮/୮(ବ୍ୟୁରୋ):ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଝାଡ଼ଖଣ୍ଡ ଉପରକୁ ଚାଲିଯାଇଛି। ଦକ୍ଷିଣ ପଶ୍ଚିମ ଝାଡ଼ଖଣ୍ଡ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ଛତିଶଗଡ଼ରେ ଗୁରୁବାର ସକାଳୁ ବର୍ଷା ଲାଗିରହିଛି। ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ଦୂର ହୋଇଛି। ଏଥିଯୋଗୁ ଗତ ୩ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହେଲା। କିନ୍ତୁ ଶୁକ୍ରବାର ସନ୍ଧ୍ୟା ପର୍ଯ୍ୟନ୍ତ ମହାନଦୀ ଉପର ମୁଣ୍ଡରେ ପ୍ରବଳ ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ କହିଛନ୍ତି। ଏହି ବର୍ଷା ମହାନଦୀ ଓ ଏହାର ଶାଖାନଦୀ ପାଇଁ ବିପଦ ସୃଷ୍ଟି କରିବା ସମ୍ଭାବନା ରହିଛି। ଜଳ ସମ୍ପଦ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ହୀରାକୁଦରୁ ପ୍ରତି ସେକେଣ୍ଡରେ ୫ ଲକ୍ଷ ୫୬ ହଜାର କ୍ୟୁସେକ୍‌ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୧୮ ଗେଟ୍‌ ଦେଇ ପ୍ରତି ସେକେଣ୍ଡରେ ୨ ଲକ୍ଷ ୯୮ ହଜାର ୮୦୦ କ୍ୟୁସେକ୍‌ ଜଳ ମହାନଦୀକୁ ଛଡ଼ାଯାଉଛି। ଗୁରୁବାର ମହାନଦୀର ଖଇରାମାଳରେ ପ୍ରତି ସେକେଣ୍ଡରେ ୪ ଲକ୍ଷ ୯୦ ହଜାର ଘନଫୁଟ୍‌ ଜଳ ପ୍ରବାହିତ ହେଉଥିବା ବେଳେ ମୁଣ୍ଡଳୀରେ ୭ ଲକ୍ଷ ୭୨ ହଜାର ଏବଂ ବରମୂଳରେ ୭ ଲକ୍ଷ ୮୨୫୦ ଘନଫୁଟ୍‌ ଜଳ ପ୍ରବାହିତ ହେଉଛି। ହୀରାକୁଦ ପାଣି ଛାଡୁଥିବାରୁ ମହାନଦୀର ଶାଖା ନଦୀଗୁଡ଼ିକରେ ବନ୍ୟା ସମ୍ଭାବନା ବଢିଯାଇଛି। ସେହିପରି ଲଘୁଚାପ ଯୋଗୁ ରାଜ୍ୟର ୫ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ବ୍ରାହ୍ମଣୀ ନଦୀର ଚମ୍ପୁଆ, ଆନନ୍ଦପୁର ଓ ଆଖୁଆପଦାରେ ବନ୍ୟା ଜଳ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସେହିପରି ସୁବର୍ଣ୍ଣରେଖା ନଦୀର ଜାମଶୋଳା ଘାଟରେ, ବୁଢ଼ାବଳଙ୍ଗ ନଦୀର ଏନ୍‌ଏଚ୍‌-୫ ଗୋବିନ୍ଦପୁରଠାରେ ଏବଂ ଜଳକା ନଦୀର ମଥାନୀଠାରେ ବନ୍ୟା ଜଳ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ବୈତରଣୀ ନଦୀର ରେଙ୍ଗାଲୀ, ତାଳଚେର ଓ ଜେନାପୁରଠାରେ ବନ୍ୟା ଜଳ ବୃଦ୍ଧି ପାଇବାରେ ଲାଗିଛି। ବଂଶଧାରା, ଋଷିକୁଲ୍ୟା ଓ ଦେବୀ ନଦୀରେ ବନ୍ୟା ଜଳ ବୃଦ୍ଧି ପାଇବାରେ ଲାଗିଛି। ବର୍ଷା କମିଯାଇଥିବାରୁ କେତେକ ନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି।
ସେହିପରି ସୁବର୍ଣ୍ଣରେଖା ଓ ବୈତରଣୀରେ ମଧ୍ୟମ ଧରଣର ବନ୍ୟା ସମ୍ଭାବନା ରହିଛି। ବୁଢ଼ାବଳଙ୍ଗ ଅବବାହିକାରେ ବନ୍ୟା ହୋଇଛି ବୋଲି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି। ଝାଡ଼ଖଣ୍ଡ ଗାଲୁଡିହ ବ୍ୟାରେଜରୁ ଗୁରୁବାର ସକାଳେ ୭,୩୧୨ କ୍ୟୁସେକ୍‌ ଜଳ ଛଡ଼ାଯାଇଛି। ଶୁକ୍ରବାର ସକାଳ ୬ଟାରେ ଏହି ପାଣି ରାଜଘାଟଠାରେ ପହଞ୍ଚିବ। ସେତେବେଳେ ନଦୀର ଜଳସ୍ତର ୧୨ ମିଟରରେ ପହଞ୍ଚିବ। ଏହି କାରଣରୁ ମଧ୍ୟମ ଧରଣର ବନ୍ୟା ହୋଇପାରେ ବୋଲି ଏସ୍‌ଆର୍‌ସି କହିଛନ୍ତି। ପରିସ୍ଥିତି ଉପରେ ଦୃଷ୍ଟି ରଖିବାକୁ ବାଲେଶ୍ୱର ଜିଲାପାଳଙ୍କୁ କୁହାଯାଇଛି। ବିଶେଷ କରି ନଦୀବନ୍ଧ ଉପରେ ନଜର ରଖିବା ଓ ଲୋକମାନଙ୍କୁ ସ୍ଥାନାନ୍ତର କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।
ଲଘୁଚାପ ଯୋଗୁ ରାଜ୍ୟର ସମସ୍ତ ୩୦ ଜିଲାରେ ପ୍ରବଳ ବର୍ଷା ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ୬ ଜିଲାରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି ବୋଲି ଏସ୍‌ଆର୍‌ସି କହିଛନ୍ତି। ଝାରସୁଗୁଡ଼ାରେ ୧୭୭ ମିଲିମିଟର ବର୍ଷା ହୋଇଥିବା ବେଳେ ଦେବଗଡ଼ରେ ୧୨୮.୫, ସମ୍ବଲପୁର ୧୧୬.୭, ବୌଦ୍ଧ ୧୧୪ ଏବଂ ଅନୁଗୋଳ ଜିଲାରେ ୧୦୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ୯ ଜିଲାରେ ୫୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି। ସେହି ଜିଲାଗୁଡିକ ହେଲା କେନ୍ଦୁଝର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ବାଲେଶ୍ୱର, ମୟୂରଭଞ୍ଜ, ଢେଙ୍କାନାଳ ଏବଂ କଳାହାଣ୍ଡି। କେନ୍ଦୁଝର ଜିଲାର ତେଲକୋଇ ବ୍ଲକରେ ସର୍ବାଧିକ ୨୧୫ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ଏସ୍‌ଆର୍‌ସି କହିଛନ୍ତି।
ରାଜ୍ୟର ୮ ଜିଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର ଓ ନବରଙ୍ଗପୁରକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri