ଧୋଇନେଲା ଲଘୁଚାପ

ଭୁବନେଶ୍ୱର,୨୮/୮(ବ୍ୟୁରୋ):ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଝାଡ଼ଖଣ୍ଡ ଉପରକୁ ଚାଲିଯାଇଛି। ଦକ୍ଷିଣ ପଶ୍ଚିମ ଝାଡ଼ଖଣ୍ଡ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ଛତିଶଗଡ଼ରେ ଗୁରୁବାର ସକାଳୁ ବର୍ଷା ଲାଗିରହିଛି। ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ଦୂର ହୋଇଛି। ଏଥିଯୋଗୁ ଗତ ୩ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହେଲା। କିନ୍ତୁ ଶୁକ୍ରବାର ସନ୍ଧ୍ୟା ପର୍ଯ୍ୟନ୍ତ ମହାନଦୀ ଉପର ମୁଣ୍ଡରେ ପ୍ରବଳ ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ କହିଛନ୍ତି। ଏହି ବର୍ଷା ମହାନଦୀ ଓ ଏହାର ଶାଖାନଦୀ ପାଇଁ ବିପଦ ସୃଷ୍ଟି କରିବା ସମ୍ଭାବନା ରହିଛି। ଜଳ ସମ୍ପଦ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ହୀରାକୁଦରୁ ପ୍ରତି ସେକେଣ୍ଡରେ ୫ ଲକ୍ଷ ୫୬ ହଜାର କ୍ୟୁସେକ୍‌ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୧୮ ଗେଟ୍‌ ଦେଇ ପ୍ରତି ସେକେଣ୍ଡରେ ୨ ଲକ୍ଷ ୯୮ ହଜାର ୮୦୦ କ୍ୟୁସେକ୍‌ ଜଳ ମହାନଦୀକୁ ଛଡ଼ାଯାଉଛି। ଗୁରୁବାର ମହାନଦୀର ଖଇରାମାଳରେ ପ୍ରତି ସେକେଣ୍ଡରେ ୪ ଲକ୍ଷ ୯୦ ହଜାର ଘନଫୁଟ୍‌ ଜଳ ପ୍ରବାହିତ ହେଉଥିବା ବେଳେ ମୁଣ୍ଡଳୀରେ ୭ ଲକ୍ଷ ୭୨ ହଜାର ଏବଂ ବରମୂଳରେ ୭ ଲକ୍ଷ ୮୨୫୦ ଘନଫୁଟ୍‌ ଜଳ ପ୍ରବାହିତ ହେଉଛି। ହୀରାକୁଦ ପାଣି ଛାଡୁଥିବାରୁ ମହାନଦୀର ଶାଖା ନଦୀଗୁଡ଼ିକରେ ବନ୍ୟା ସମ୍ଭାବନା ବଢିଯାଇଛି। ସେହିପରି ଲଘୁଚାପ ଯୋଗୁ ରାଜ୍ୟର ୫ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ବ୍ରାହ୍ମଣୀ ନଦୀର ଚମ୍ପୁଆ, ଆନନ୍ଦପୁର ଓ ଆଖୁଆପଦାରେ ବନ୍ୟା ଜଳ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସେହିପରି ସୁବର୍ଣ୍ଣରେଖା ନଦୀର ଜାମଶୋଳା ଘାଟରେ, ବୁଢ଼ାବଳଙ୍ଗ ନଦୀର ଏନ୍‌ଏଚ୍‌-୫ ଗୋବିନ୍ଦପୁରଠାରେ ଏବଂ ଜଳକା ନଦୀର ମଥାନୀଠାରେ ବନ୍ୟା ଜଳ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ବୈତରଣୀ ନଦୀର ରେଙ୍ଗାଲୀ, ତାଳଚେର ଓ ଜେନାପୁରଠାରେ ବନ୍ୟା ଜଳ ବୃଦ୍ଧି ପାଇବାରେ ଲାଗିଛି। ବଂଶଧାରା, ଋଷିକୁଲ୍ୟା ଓ ଦେବୀ ନଦୀରେ ବନ୍ୟା ଜଳ ବୃଦ୍ଧି ପାଇବାରେ ଲାଗିଛି। ବର୍ଷା କମିଯାଇଥିବାରୁ କେତେକ ନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି।
ସେହିପରି ସୁବର୍ଣ୍ଣରେଖା ଓ ବୈତରଣୀରେ ମଧ୍ୟମ ଧରଣର ବନ୍ୟା ସମ୍ଭାବନା ରହିଛି। ବୁଢ଼ାବଳଙ୍ଗ ଅବବାହିକାରେ ବନ୍ୟା ହୋଇଛି ବୋଲି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି। ଝାଡ଼ଖଣ୍ଡ ଗାଲୁଡିହ ବ୍ୟାରେଜରୁ ଗୁରୁବାର ସକାଳେ ୭,୩୧୨ କ୍ୟୁସେକ୍‌ ଜଳ ଛଡ଼ାଯାଇଛି। ଶୁକ୍ରବାର ସକାଳ ୬ଟାରେ ଏହି ପାଣି ରାଜଘାଟଠାରେ ପହଞ୍ଚିବ। ସେତେବେଳେ ନଦୀର ଜଳସ୍ତର ୧୨ ମିଟରରେ ପହଞ୍ଚିବ। ଏହି କାରଣରୁ ମଧ୍ୟମ ଧରଣର ବନ୍ୟା ହୋଇପାରେ ବୋଲି ଏସ୍‌ଆର୍‌ସି କହିଛନ୍ତି। ପରିସ୍ଥିତି ଉପରେ ଦୃଷ୍ଟି ରଖିବାକୁ ବାଲେଶ୍ୱର ଜିଲାପାଳଙ୍କୁ କୁହାଯାଇଛି। ବିଶେଷ କରି ନଦୀବନ୍ଧ ଉପରେ ନଜର ରଖିବା ଓ ଲୋକମାନଙ୍କୁ ସ୍ଥାନାନ୍ତର କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।
ଲଘୁଚାପ ଯୋଗୁ ରାଜ୍ୟର ସମସ୍ତ ୩୦ ଜିଲାରେ ପ୍ରବଳ ବର୍ଷା ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ୬ ଜିଲାରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି ବୋଲି ଏସ୍‌ଆର୍‌ସି କହିଛନ୍ତି। ଝାରସୁଗୁଡ଼ାରେ ୧୭୭ ମିଲିମିଟର ବର୍ଷା ହୋଇଥିବା ବେଳେ ଦେବଗଡ଼ରେ ୧୨୮.୫, ସମ୍ବଲପୁର ୧୧୬.୭, ବୌଦ୍ଧ ୧୧୪ ଏବଂ ଅନୁଗୋଳ ଜିଲାରେ ୧୦୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ୯ ଜିଲାରେ ୫୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି। ସେହି ଜିଲାଗୁଡିକ ହେଲା କେନ୍ଦୁଝର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ବାଲେଶ୍ୱର, ମୟୂରଭଞ୍ଜ, ଢେଙ୍କାନାଳ ଏବଂ କଳାହାଣ୍ଡି। କେନ୍ଦୁଝର ଜିଲାର ତେଲକୋଇ ବ୍ଲକରେ ସର୍ବାଧିକ ୨୧୫ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ଏସ୍‌ଆର୍‌ସି କହିଛନ୍ତି।
ରାଜ୍ୟର ୮ ଜିଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର ଓ ନବରଙ୍ଗପୁରକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?