Posted inଖେଳ

ଶତକ ମାରି ଚମକାଇ ଦେଲେ ଅଲରାଉଣ୍ଡର, ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ପାଇଁ ଟିମରେ ସାମିଲ କଲା ବିସିସିଆଇ

ମୁମ୍ବାଇ,୨୦ା୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ବେଙ୍ଗାଲୁରୁ ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତକୁ ୮ ଉଇକେଟରେ ପରାଜୟର ସାମ୍ନା କରିବାକୁ ପଡିଛି। ନ୍ୟୁଜିଲାଣ୍ଡ ୩୬ ବର୍ଷ ପରେ ଭାରତ ମାଟିରେ ଟେଷ୍ଟ ମ୍ୟାଚରେ ବିଜୟ ହାସଲ କରିଛି। ଏବେ ଏହି ସିରିଜର ଦ୍ୱିତୀୟ ମ୍ୟାଚ୍ ୨୪ ଅକ୍ଟୋବରକୁ ପୁଣେରେ ଖେଳାଯିବ।

ଏବେ ଦ୍ୱିତୀୟ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳରେ ପରିବର୍ତନ ଦେଖିବାକୁ ମିଳିଛି। ବିସିସିଆଇର ଚୟନ କମିଟି ଅଲରାଉଣ୍ଡର ୱାସିଂଟନ ସୁନ୍ଦରଙ୍କୁ ସିରିଜର ବାକି ଦୁଇ ମ୍ୟାଚ୍ ପାଇଁ ଟିମରେ ସାମିଲ କରାଯାଇଛି। ସୁନ୍ଦର ଦ୍ୱିତୀୟ ମ୍ୟାଚ୍ ଆରମ୍ଭ ପୂର୍ବରୁ ଭାରତୀୟ ଟିମ୍ ସହିତ ଯୋଗଦେବେ। ସୁନ୍ଦର ନିକଟରେ ରଣଜୀ ଟ୍ରଫି ଦ୍ୱିତୀୟ ରାଉଣ୍ଡରେ ତାମିଲନାଡୁ ପାଇଁ ଖେଳି ୧୫୨ ରନର ଚମତ୍କାର ଇନିଂସ ଖେଳିଥିଲେ।

ତେବେ ଅତିରିକ୍ତ ଅଲରାଉଣ୍ଡର ବିକଳ୍ପ ଭାବରେ ୨୫ ବର୍ଷୀୟ ୱାଶିଂଟନ୍ ସୁନ୍ଦରଙ୍କୁ କାହିଁକି ଭାରତୀୟ ଦଳରେ ଅନ୍ତର୍ଭୁକ୍ତ କରାଯାଇଛି ତାହା ବିସିସିଆଇ ସ୍ପଷ୍ଟ କରି ନାହିଁ। ଯେହେତୁ ଭାରତୀୟ ଦଳରେ ରବିଚନ୍ଦ୍ରନ ଅଶ୍ୱିନ, ରବିନ୍ଦ୍ର ଜାଡେଜା ଏବଂ ଅକ୍ଷର ପଟେଲଙ୍କ ଭଳି ଖେଳାଳି ଅଛନ୍ତି। ଭାରତ ବର୍ତ୍ତମାନ ୧୬ ଜଣିଆ ଦଳ ସହିତ ପୁଣେ ଏବଂ ମୁମ୍ବାଇ ଟେଷ୍ଟରେ ଓହ୍ଲାଇବ।

ଭାରତୀୟ ଟିମ୍: ରୋହିତ ଶର୍ମା(ଅଧିନାୟକ), ଜସପ୍ରୀତ ବୁମ୍ରା (ଉପ-ଅଧିନାୟକ), ଯଶସ୍ୱୀ ଜୈସ୍ବାଲ, ଶୁଭମାନ ଗିଲ, ବିରାଟ କୋହଲି, କେ.ଏଲ୍ ରାହୁଲ, ସର୍ଫରାଜ ଖାନ, ଋଷଭ ପନ୍ତ (ଉଇକେଟ ରକ୍ଷକ), ଧ୍ରୁଭ ଜୁରେଲ (ଉଇକେଟ ରକ୍ଷକ), ରବିଚନ୍ଦ୍ରନ ଅଶ୍ୱିନ୍, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ଆକାଶ ଦୀପ, ୱାଶିଂଟନ୍ ସୁନ୍ଦର।

 


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri