Posted inଖେଳ

ଏହି ଭାରତୀୟ ଖେଳାଳିଙ୍କୁ ପ୍ରଶଂସାରେ ପୋତି ପକାଇଲେ କୋଚ୍‌ ଶାସ୍ତ୍ରୀ

ଅହମ୍ମଦାବାଦ,୭।୩ : ଭାରତୀୟ ଦଳର ଅଲରାଉଣ୍ଡର ଓ୍ବାଶିଂଟନ ସୁନ୍ଦରଙ୍କ ନିକଟରେ ଯେଉଁଭଳି ଦକ୍ଷତା ରହିଛି, ସେଭଳି ଦକ୍ଷତା ମୁଁ ଖେଳିଲା ବେଳେ ନ ଥିଲା। ସୁନ୍ଦରଙ୍କୁ ଏଭଳି ପ୍ରଶଂସାରେ ପୋତି ପକାଇଛନ୍ତି ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ।

” ସୁନ୍ଦରଙ୍କ ନିକଟରେ ମୋ ଠାରୁ ଅଧିକ ଦକ୍ଷତା ରହିଛି। ମୁଁ ଭାବୁଛି, ସେ ତାଙ୍କ ରାଜ୍ୟ ପାଇଁ ଖେଳିଲାବେଳେ ଟପ୍‌-୪ରେ ବ୍ୟାଟିଂ କରିବା ଉଚିତ। ତାଙ୍କ ବ୍ୟାଟିଂ ଉପରେ କୌଣସି ସନ୍ଦେହ ନାହିଁ। ସେ ଯଦି ବୋଲିଂ ଉପରେ ଆହୁରି କାମ କରନ୍ତେ, ତେବେ ଟିମ୍‌ ଇଣ୍ଡିଆର ବ୍ୟାଟିଂ କ୍ରମରେ ୬ନଂ ପାଇଁ ଶ୍ରେଷ୍ଠ ବିକଳ୍ପ ହୋଇପାରନ୍ତେ। ନିମ୍ନକ୍ରମରେ ୬୦ରୁ ୭୦ ରନ୍‌ କରିବା ସହ ବୋଲିଂ କରିପାରୁଥିବା ଖେଳାଳି ଦଳକୁ ଦରକାର। ଦଳରେ ମୋ ଦାୟିତ୍ୱ ମଧ୍ୟ ସମାନ ଥିଲା। ମୁଁ ଭାବୁଛି, ସେ ସେହି ଭୂମିକାକୁ ମୋ ଠାରୁ ବେଶ୍‌ ଭଲ ସେ କରିପାରିବେ “ ବୋଲି ଶାସ୍ତ୍ରୀ କହିଛନ୍ତି।

ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ଚତୁର୍ଥ ଟେଷ୍ଟ ମ୍ୟାଚ୍‌କୁ ଭାରତ ଏକ ଇନିଂସ ଓ ୨୫ ରନ୍‌ରେ ଜିତି ନେଇଛି। ଏହି ମ୍ୟାଚ୍‌ରେ ସୁନ୍ଦର ଅପରାଜିତ ୯୬ ରନ୍‌ର ଇନିଂସ ଖେଳି ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?