ଓ୍ବାସିମ ଜାଫରଙ୍କୁ ଓଡ଼ିଶା ଦଳର ଗୁରୁ ଦାୟିତ୍ୱ

ଭୁବନେଶ୍ୱର,୧୪।୭: ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ୱାସିମ ଜାଫରଙ୍କୁ ଓଡ଼ିଶା ସିନିୟର୍‌ କ୍ରିକେଟ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତ କରାଯାଇଛି। ଏ ନେଇ ବୁଧବାର ସୂଚନା ଦେଇଛି ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ)। ଗତ ୩ ବର୍ଷ ହେଲା ରଶ୍ମିରଞ୍ଜନ ପରିଡ଼ା ଏହି ଦାୟିତ୍ୱ ସମ୍ଭାଳୁଥିଲେ।

ଜାଫରଙ୍କ ପାଖରେ ରହିଛି ଉଭୟ ଜାତୀୟ ଓ ଅନ୍ତର୍ଜାତୀୟ କ୍ରିକେଟର ପ୍ରଚୁର ଅଭିଜ୍ଞତା। ପୂର୍ବତନ ଭାରତୀୟ ଓପନର ପୂର୍ବରୁ ବାଂଲାଦେଶ ଜାତୀୟ ଦଳର କୋଚ ଦାୟିତ୍ୱ ତୁଲାଇ ସାରିଛନ୍ତି। ଏହାବ୍ୟତୀତ ଆଇପିଏଲରେ ସେ କିଙ୍ଗସ ଇଲେଭେନ ପଞ୍ଜାବ ଦଳର ମଧ୍ୟ ବ୍ୟାଟିଂ କୋଚ ଦାୟିତ୍ୱରେ ଥିଲେ। ଗତବର୍ଷ ସେ ଉତ୍ତରାଖଣ୍ଡ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତି ପାଇଥିଲେ। କିନ୍ତୁ ଉତ୍ତରାଖଣ୍ଡ କ୍ରିକେଟ ଆସୋସିଏସନର ଅଧିକାରୀଙ୍କ ସହ ବିବାଦ ପରେ ଚଳିତ ବର୍ଷ ଆରମ୍ଭରୁ ସେ ନିଜ ପଦରୁ ଇସ୍ତଫା ଦେଇଥିଲେ।

୨୦୦୧ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ଜାଫର୍‌ ମୋଟ ୩୧ ଟେଷ୍ଟ ଖେଳିଛନ୍ତି। ତାଙ୍କ ନାମରେ ରହିଛି ଗୋଟିଏ ଦ୍ୱିଶତକ, ୫ଟି ଶତକ ଓ ୧୧ ଅର୍ଦ୍ଧଶତକ ସହ ମୋଟ ୧୯୪୪ ରନ। ୨୦୦୮ରେ ସେ ଭାରତ ପାଇଁ ଖେଳିଥିଲେ ଅନ୍ତିମ ମ୍ୟାଚ୍‌। ଟେଷ୍ଟ ଛଡ଼ା ଦୁଇଟି ଦିନିକିଆରେ ମଧ୍ୟ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ଏହା ପରେ ସେ ପ୍ରଥମଶ୍ରେଣୀ କ୍ରିକେଟ ଖେଳିବା ଜାରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri