ଆଇଟିସି ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ଅଭିଯାନ

ନୂଆଦିଲ୍ଲୀ,୭ା୧: ଆଇଟିସି ଲିମିଟେଡ୍‌ ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ଅଭିଯାନ ଆରମ୍ଭ କରାଯାଇଛି। ଏପରିକି ଏହାର ପ୍ରମୁଖ ବ୍ରାଣ୍ଡ୍‌ ଇନ୍‌ଷ୍ଟାଣ୍ଟ ନୁଡଲ୍ସ ଏବଂ ପାସ୍ତା ବ୍ରାଣ୍ଡ୍‌ ସନ୍‌ଫିଷ୍ଟ ୟିପି ପକ୍ଷରୁ ‘ୟିପି ବେଟର ୱାର୍ଲଡ-ଟ୍ରାସ୍‌ ଟୁ ଟ୍ରେଜର’ କାର୍ଯ୍ୟକ୍ରମ ଜରିଆରେ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ଉପରେ ସ୍କୁଲ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଉଛି। ବିଶେଷକରି ସନ୍‌ଫିଷ୍ଟ ୟିପି ଏକ ଏନ୍‌ଜିଓ ପାର୍ଟନର ୱେ ଫର୍‌ ଲାଇଫ୍‌ ସହ ମିଳିତ ଭାବରେ ଏହି ଅଭିଯାନର ନେତୃତ୍ୱ ନେଉଛନ୍ତି। ୟିପି ଦ୍ୱାରା ପରିଚାଳିତ ଉକ୍ତ ପଦକ୍ଷେପ ୧୦୦ରୁ ଅଧିକ ସହରରେ ସ୍କୁଲଗୁଡ଼ିକରେ ତୃଣମୂଳସ୍ତରରେ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ୩୫ ଲକ୍ଷ ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ, ପରିବେଶ ଉପରେ ଏହାର ପ୍ରଭାବ, ଏହାକୁ କମ୍‌ କରିବା ପାଇଁ ରଣନୀତି, ଏହାର ପୁନଃ ବ୍ୟବହାର ଏବଂ ପୁନଃ ଚକ୍ରଣ ବିଷୟରେ ଆଚରଣଗତ ପରିବର୍ତ୍ତନ ଆଣିବା ପାଇଁ ଡିଜାଇନ କରାଯାଇଛି। ଏ ସମ୍ପର୍କରେ ଆଇଟିସି ଫୁଡ୍ସ ଡିଭିଜନର ସ୍ନାକ୍ସ, ନୁଡଲ୍ସ ଏବଂ ପାସ୍ତାର ଚିଫ୍‌ ଅପରେଟିଂ ଅଫିସର କବିତା ଚତୁର୍ବେଦୀ କହିଛନ୍ତି, ପରିବେଶ ପରିଚାଳନା ଏବଂ ମୁଖ୍ୟସ୍ରୋତର ଜୀବିକା ନିର୍ବାହ ପାଇଁ ବହୁବିଧ ସହାୟତା ଯୋଗାଇବାରେ ଆଇଟିସି ବିଶ୍ୱ ସ୍ତରରେ ଉଦାହରଣ ସୃଷ୍ଟିକରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri