ସହର, ଗ୍ରାମାଞ୍ଚଳରେ ହେବ ବର୍ଜ୍ୟବସ୍ତୁ ପରିଚାଳନା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ପୌରସଂସ୍ଥା ଏବଂ ଗ୍ରାମପଞ୍ଚାୟତ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା ସହିତ ପୌରସଂସ୍ଥାଗୁଡିକରେ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଥିବା ଆବଶ୍ୟକ ଭିତ୍ତିଭୂମି ବ୍ୟବହାର କରି ଗାଁଗୁଡିକର ଠିକ୍‌ ମଳ ପରିଚାଳନା ଏବଂ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି ା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ମିଳିତ ଭାବେ ସୋମବାର ଏକ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ସମସ୍ତ ଜିଲାପାଳ, ଜିଲାଗ୍ରାମ୍ୟ ଉନ୍ନୟନ ସଂସ୍ଥାଗୁଡିକର ପ୍ରକଳ୍ପ ନିର୍ଦ୍ଦେଶକ, ମ୍ୟୁନିସିପାଲ କର୍ପୋରେଶନ କମିଶନର, ସମସ୍ତ ମ୍ୟୁନିସିପାଲିଟି ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାହୀ ଅଧିକାରୀ ଏବଂ ସମସ୍ତ ବ୍ଲକର ବିଡିଓଙ୍କୁ ସୋମବାର ଏ ନେଇ ଜଣାଇ ଦିଆଯାଇଛି ା ପରିବେଶ ସୁରକ୍ଷା ଏବଂ ବୈଧାନିକ ବିଧି ବ୍ୟବସ୍ଥାର ଆବଶ୍ୟକତାକୁ ପୂରଣ କରିବା ଦିଗରେ ଏପରି ଉଦ୍ୟମର ଗୁରୁତ୍ୱ ସମ୍ପର୍କରେ ଜିଲାପାଳମାନଙ୍କୁ ଅବଗତ କରାଯାଇଛି।
ବାଲେଶ୍ୱର ମ୍ୟୁନିସିପାଲିଟି ନିକଟସ୍ଥ ୯୦ ପଞ୍ଚାୟତରେ ଏହାର ପାଇଲଟ୍‌ ପ୍ରକଳ୍ପ କରାଯାଇଥିଲା। ଏହି ଉଦ୍ୟମ ଉପଯୋଗୀ ହେବା ପରେ ସମଗ୍ର ରାଜ୍ୟରେ ଏହାକୁ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ହୋଇଛି। ସେହିପରି ସହରଗୁଡିକଠାରୁ ୨୦ କି.ମି. ଭିତରେ ଅବସ୍ଥିତ ରାଜ୍ୟର ସମସ୍ତ ପଞ୍ଚାୟତର ମଳ ପରିଚାଳନା ନିମନ୍ତେ ସହର ସହିତ ସଂଲଗ୍ନ କରିବାକୁ ମଧ୍ୟ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା
୪୫ ପୌରସଂସ୍ଥାରେ ମଳ ବିଶୋଧନାଗାର କାର୍ଯ୍ୟକ୍ଷମ ହୋଇଥିବାବେଳେ ଅନ୍ୟାନ୍ୟ ପୌରସଂସ୍ଥାଗୁଡିକରେ ଏହାର ନିର୍ମାଣ ଜାରି ରହିଛି। ସେହିପରି ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ୧୧୪ ପୌରସଂସ୍ଥାରେ ମ୍ୟାଟେରିଆଲ ରିକଭରି ବ୍ୟବସ୍ଥା କରାଯାଇଛି ା ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ପଞ୍ଚାୟତଗୁଡ଼ିକରୁ ୧୦୦% ଶୁଖିଲା ବର୍ଜ୍ୟବସ୍ତୁ କିପରି ନିର୍ଦ୍ଧାରିତ ପୌରସଂସ୍ଥା ଅଧୀନରେ ଥିବା ମ୍ୟାଟେରିଆଲ ରିକଭରି ଫାସିଲିଟିକୁ ଆସିପାରିବ ତାହା ପଞ୍ଚାୟତ ଉପରେ ନ୍ୟସ୍ତ କରାଯାଇଛି ା କେତେ ପରିମାଣର ଏବଂ କେତେଥର ଶୁଖିଲା ବର୍ଜ୍ୟବସ୍ତୁ ପଞ୍ଚାୟତଗୁଡିକରୁ ପୌରସଂସ୍ଥା ଅଧୀନରେ ଥିବା ମ୍ୟାଟେରିଆଲ ରିକଭରି ଫାସିଲିଟି ଆସିବ ତାହା ଗ୍ରାମପଞ୍ଚାୟତ ସ୍ଥିର କରିବ ା


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri