ସହର, ଗ୍ରାମାଞ୍ଚଳରେ ହେବ ବର୍ଜ୍ୟବସ୍ତୁ ପରିଚାଳନା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ପୌରସଂସ୍ଥା ଏବଂ ଗ୍ରାମପଞ୍ଚାୟତ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା ସହିତ ପୌରସଂସ୍ଥାଗୁଡିକରେ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଥିବା ଆବଶ୍ୟକ ଭିତ୍ତିଭୂମି ବ୍ୟବହାର କରି ଗାଁଗୁଡିକର ଠିକ୍‌ ମଳ ପରିଚାଳନା ଏବଂ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି ା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ମିଳିତ ଭାବେ ସୋମବାର ଏକ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ସମସ୍ତ ଜିଲାପାଳ, ଜିଲାଗ୍ରାମ୍ୟ ଉନ୍ନୟନ ସଂସ୍ଥାଗୁଡିକର ପ୍ରକଳ୍ପ ନିର୍ଦ୍ଦେଶକ, ମ୍ୟୁନିସିପାଲ କର୍ପୋରେଶନ କମିଶନର, ସମସ୍ତ ମ୍ୟୁନିସିପାଲିଟି ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାହୀ ଅଧିକାରୀ ଏବଂ ସମସ୍ତ ବ୍ଲକର ବିଡିଓଙ୍କୁ ସୋମବାର ଏ ନେଇ ଜଣାଇ ଦିଆଯାଇଛି ା ପରିବେଶ ସୁରକ୍ଷା ଏବଂ ବୈଧାନିକ ବିଧି ବ୍ୟବସ୍ଥାର ଆବଶ୍ୟକତାକୁ ପୂରଣ କରିବା ଦିଗରେ ଏପରି ଉଦ୍ୟମର ଗୁରୁତ୍ୱ ସମ୍ପର୍କରେ ଜିଲାପାଳମାନଙ୍କୁ ଅବଗତ କରାଯାଇଛି।
ବାଲେଶ୍ୱର ମ୍ୟୁନିସିପାଲିଟି ନିକଟସ୍ଥ ୯୦ ପଞ୍ଚାୟତରେ ଏହାର ପାଇଲଟ୍‌ ପ୍ରକଳ୍ପ କରାଯାଇଥିଲା। ଏହି ଉଦ୍ୟମ ଉପଯୋଗୀ ହେବା ପରେ ସମଗ୍ର ରାଜ୍ୟରେ ଏହାକୁ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ହୋଇଛି। ସେହିପରି ସହରଗୁଡିକଠାରୁ ୨୦ କି.ମି. ଭିତରେ ଅବସ୍ଥିତ ରାଜ୍ୟର ସମସ୍ତ ପଞ୍ଚାୟତର ମଳ ପରିଚାଳନା ନିମନ୍ତେ ସହର ସହିତ ସଂଲଗ୍ନ କରିବାକୁ ମଧ୍ୟ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା
୪୫ ପୌରସଂସ୍ଥାରେ ମଳ ବିଶୋଧନାଗାର କାର୍ଯ୍ୟକ୍ଷମ ହୋଇଥିବାବେଳେ ଅନ୍ୟାନ୍ୟ ପୌରସଂସ୍ଥାଗୁଡିକରେ ଏହାର ନିର୍ମାଣ ଜାରି ରହିଛି। ସେହିପରି ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ୧୧୪ ପୌରସଂସ୍ଥାରେ ମ୍ୟାଟେରିଆଲ ରିକଭରି ବ୍ୟବସ୍ଥା କରାଯାଇଛି ା ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ପଞ୍ଚାୟତଗୁଡ଼ିକରୁ ୧୦୦% ଶୁଖିଲା ବର୍ଜ୍ୟବସ୍ତୁ କିପରି ନିର୍ଦ୍ଧାରିତ ପୌରସଂସ୍ଥା ଅଧୀନରେ ଥିବା ମ୍ୟାଟେରିଆଲ ରିକଭରି ଫାସିଲିଟିକୁ ଆସିପାରିବ ତାହା ପଞ୍ଚାୟତ ଉପରେ ନ୍ୟସ୍ତ କରାଯାଇଛି ା କେତେ ପରିମାଣର ଏବଂ କେତେଥର ଶୁଖିଲା ବର୍ଜ୍ୟବସ୍ତୁ ପଞ୍ଚାୟତଗୁଡିକରୁ ପୌରସଂସ୍ଥା ଅଧୀନରେ ଥିବା ମ୍ୟାଟେରିଆଲ ରିକଭରି ଫାସିଲିଟି ଆସିବ ତାହା ଗ୍ରାମପଞ୍ଚାୟତ ସ୍ଥିର କରିବ ା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?