ଭଞ୍ଜନଗର, ୨୩ା୩(ଡି.ଏନ୍‌.ଏ): ବିଶ୍ୱ ଜଳ ଦିବସ ବୁଧବାର ପାଳିତ ହୋଇଛି। ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଲା ଜଳର ଅପଚୟକୁ ରୋକିବା ଏବଂ ବିଶୁଦ୍ଧ ପାଣି ବ୍ୟବହାର କରିବା। କିନ୍ତୁ ଭଞ୍ଜନଗର ସହରରେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳିଛି। ସହରରେ ପାନୀୟଜଳ ବଣ୍ଟନ ବ୍ୟବସ୍ଥା ବିଗତ କିଛି ମାସ ହେବ ବିପର୍ଯ୍ୟସ୍ତ ହୋଇପଡିଛି। କେଉଁଠି ପାଣି ପାଇପ୍‌ ଫାଟି ରାସ୍ତା ଉପରେ ଭାସୁଛି ତ ଆଉ କେଉଁଠି ଫଟା ପାଇପ ଦେଇ ଡ୍ରେନର ମଇଳା ପାଣି ସହରକୁ ଆସୁଥିଛି। ଏନେଇ ଖୋଦ ଜନସ୍ବାସ୍ଥ୍ୟ ବିଭାଗ ଯନ୍ତ୍ରୀ ଏବଂ ଅନ୍ୟ କର୍ମଚାରୀଙ୍କୁ ମଧ୍ୟ ଜଣାନାହିଁ। ଏ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଭେଜିପୁଟ ମହାନ୍ତି ସାହି ଛକରେ ବିଗତ ୨ ମାସ ହେବ ପାଇପ ଫାଟି ରାସ୍ତାରେ ପାଣି ଭାସୁଥିଲା। ଏନେଇ ଧରିତ୍ରୀରେ ଏକ ଖବର ପ୍ରକାଶିତ ପରେ ତାହାର ମରାମତି କରାଯାଇଛି। ଏହିଭଳି ଭଞ୍ଜନଗର ମେଡିକାଲ ସମ୍ମୁଖ ଗଳିରେ ଆଜକୁ ପ୍ରାୟ ୪୦ ଦିନ ହେବ ପାଇପ ଫାଟି ରାସ୍ତା ଉପରେ ପାଣି ଭାସୁଛି। ସାହି ବାସିନ୍ଦା ଏନେଇ ବିଭାଗୀୟ ଯନ୍ତ୍ରୀଙ୍କୁ ବାରମ୍ବାର ଘଟଣା ସମ୍ପର୍କରେ ଅବଗତ କରାଇଥିଲେ ମଧ୍ୟ ଫଟା ପାଇପ ମରାମତି ହେଉନାହିଁ। ଉକ୍ତ ପାଇପ କାମ ଠିକାଦାର ପ୍ରାୟ ୨ ମାସ ପୂର୍ବେ କରିଥିଲେ। ଏହାପରେ ମାଟି ପୋତିବା କଥା ତାହା କରାଯାଇନାହିଁ। ତେଣୁ ପାଇପ ଫାଟି ପାଣି ଏଣେତେଣେ ଭାସୁଛି। ଏହାଦ୍ବାରା ସମ୍ପୃକ୍ତ ଅଞ୍ଚଳର ଘରକୁ ପାଣି ଠିକ ଭାବେ ଆସୁନାହିଁ। ଏଥିସହ ମାସ ମାସ ଧରି ପାଣି ଏକ ଖାତରେ ରହିବା ଦ୍ୱାରା ଡେଙ୍ଗୁ ହେବାର ସମ୍ଭାବନା ରହିଛି।
ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ନିତ୍ୟାନନ୍ଦ ବେହେରାଙ୍କ ସହ ଯୋଗାଯୋଗ କରିବାରୁ ମାଲସାହିି ଅଞ୍ଚଳରେ କେଉଁଠି ପାଇପ ଫାଟି ଥିବା ଖବରକୁ ସେ ଖଣ୍ଡନ କରିଛନ୍ତି। ଏଥିସହ କେଉଁଠି ପାଇପ ପାଇଁ ମାଟି ଖୋଳା ହୋଇନାହିଁ ବୋଲି କହିଛନ୍ତି। ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟିଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri