ଭଞ୍ଜନଗର, ୨୩ା୩(ଡି.ଏନ୍‌.ଏ): ବିଶ୍ୱ ଜଳ ଦିବସ ବୁଧବାର ପାଳିତ ହୋଇଛି। ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଲା ଜଳର ଅପଚୟକୁ ରୋକିବା ଏବଂ ବିଶୁଦ୍ଧ ପାଣି ବ୍ୟବହାର କରିବା। କିନ୍ତୁ ଭଞ୍ଜନଗର ସହରରେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳିଛି। ସହରରେ ପାନୀୟଜଳ ବଣ୍ଟନ ବ୍ୟବସ୍ଥା ବିଗତ କିଛି ମାସ ହେବ ବିପର୍ଯ୍ୟସ୍ତ ହୋଇପଡିଛି। କେଉଁଠି ପାଣି ପାଇପ୍‌ ଫାଟି ରାସ୍ତା ଉପରେ ଭାସୁଛି ତ ଆଉ କେଉଁଠି ଫଟା ପାଇପ ଦେଇ ଡ୍ରେନର ମଇଳା ପାଣି ସହରକୁ ଆସୁଥିଛି। ଏନେଇ ଖୋଦ ଜନସ୍ବାସ୍ଥ୍ୟ ବିଭାଗ ଯନ୍ତ୍ରୀ ଏବଂ ଅନ୍ୟ କର୍ମଚାରୀଙ୍କୁ ମଧ୍ୟ ଜଣାନାହିଁ। ଏ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଭେଜିପୁଟ ମହାନ୍ତି ସାହି ଛକରେ ବିଗତ ୨ ମାସ ହେବ ପାଇପ ଫାଟି ରାସ୍ତାରେ ପାଣି ଭାସୁଥିଲା। ଏନେଇ ଧରିତ୍ରୀରେ ଏକ ଖବର ପ୍ରକାଶିତ ପରେ ତାହାର ମରାମତି କରାଯାଇଛି। ଏହିଭଳି ଭଞ୍ଜନଗର ମେଡିକାଲ ସମ୍ମୁଖ ଗଳିରେ ଆଜକୁ ପ୍ରାୟ ୪୦ ଦିନ ହେବ ପାଇପ ଫାଟି ରାସ୍ତା ଉପରେ ପାଣି ଭାସୁଛି। ସାହି ବାସିନ୍ଦା ଏନେଇ ବିଭାଗୀୟ ଯନ୍ତ୍ରୀଙ୍କୁ ବାରମ୍ବାର ଘଟଣା ସମ୍ପର୍କରେ ଅବଗତ କରାଇଥିଲେ ମଧ୍ୟ ଫଟା ପାଇପ ମରାମତି ହେଉନାହିଁ। ଉକ୍ତ ପାଇପ କାମ ଠିକାଦାର ପ୍ରାୟ ୨ ମାସ ପୂର୍ବେ କରିଥିଲେ। ଏହାପରେ ମାଟି ପୋତିବା କଥା ତାହା କରାଯାଇନାହିଁ। ତେଣୁ ପାଇପ ଫାଟି ପାଣି ଏଣେତେଣେ ଭାସୁଛି। ଏହାଦ୍ବାରା ସମ୍ପୃକ୍ତ ଅଞ୍ଚଳର ଘରକୁ ପାଣି ଠିକ ଭାବେ ଆସୁନାହିଁ। ଏଥିସହ ମାସ ମାସ ଧରି ପାଣି ଏକ ଖାତରେ ରହିବା ଦ୍ୱାରା ଡେଙ୍ଗୁ ହେବାର ସମ୍ଭାବନା ରହିଛି।
ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ନିତ୍ୟାନନ୍ଦ ବେହେରାଙ୍କ ସହ ଯୋଗାଯୋଗ କରିବାରୁ ମାଲସାହିି ଅଞ୍ଚଳରେ କେଉଁଠି ପାଇପ ଫାଟି ଥିବା ଖବରକୁ ସେ ଖଣ୍ଡନ କରିଛନ୍ତି। ଏଥିସହ କେଉଁଠି ପାଇପ ପାଇଁ ମାଟି ଖୋଳା ହୋଇନାହିଁ ବୋଲି କହିଛନ୍ତି। ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟିଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri