ଚାଷଜମିରେ ପଶୁଛି ମେଗା ପାନୀୟ ଜଳ ପ୍ରକଳ୍ପର ମଇଳା ପାଣି, ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିବାକୁ ବିଧାୟକଙ୍କ ପରାମର୍ଶ

ଗଞ୍ଜାମ,୧୫ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଥିବା ମେଗା ପାନୀୟ ଜଳ ପ୍ରକଳ୍ପ ରହିଛି। ଏହି ପ୍ରକଳ୍ପ ଦ୍ୱାରା ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତକୁ ପାନୀୟ ଜଳ ଯୋଗାଣ ହେଉଛି। କିନ୍ତୁ ଉକ୍ତ ପ୍ରକଳ୍ପର ବର୍ଜ୍ୟ ବା ଗୋଳିଆ ପାଣି ଓଭର ଫ୍ଲୋ ହୋଇ ନିକଟସ୍ଥ ଚାଷଜମିରେ ପଶୁଛି। ଯାହା ଫଳରେ ସ୍ଥାନୀୟ ଚାଷୀଙ୍କ ମହଲରେ ଘୋର ଅସନ୍ତୋଷ ଦେଖାଦେଉଛି। ବର୍ତ୍ତମାନ ଜମିରେ ଧାନ ପାଚି ଯାଇଥିବା ବେଳେ ଆଉ କିଛି ଦିନ ପରେ ଚାଷୀ ଅମଳ କରି ଘରକୁ ନେବେ। କିନ୍ତୁ ଗୋଳିଆ ବର୍ଜ୍ୟ ପାଣି ପଶିଯିବା ଫଳରେ ପାଚିଲା ଧାନ ନଷ୍ଟ ହେଇଯିବ। ଏନେଇ ସ୍ଥାନୀୟ ସରପଞ୍ଚ ମମତା ବେହେରା ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଧାୟକ ନାୟକ ଉକ୍ତ ପ୍ରକଳ୍ପ ସ୍ଥଳ ଏବଂ ପ୍ରକଳ୍ପ ବର୍ଜ୍ୟ ପାଣି ପଶୁଥିବା ଧାନଚାଷ ଜମି ବୁଲି ଅନୁଧ୍ୟାନ କରିବା ସହ ପ୍ରକୃତ ଚାଷୀମାନଙ୍କ ସହ ଆଲୋଚନା କରିଥିଲେ। ଏଥିସହ ପ୍ରକଳ୍ପ ଅଧିକାରୀ ଏବଂ ଜଳ ସେଚନ ବିଭାଗୀୟ ଅଧିକାରୀଙ୍କ ସହ କଥା ହୋଇ ଉକ୍ତ ମଇଳା ପାଣି କେନାଲକୁ ସଂଯୋଗ କରିବା ନିମନ୍ତେ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି ବିଧାୟକ। ବିଭାଗୀୟ ଅଧିକାରୀମାନେ ଉକ୍ତ ଜଳ କେନାଲକୁ ଖୁବ୍‌ଶୀଘ୍ର ସଂଯୋଗ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିବା ସରପଞ୍ଚ ପ୍ରତିନିଧି ସୁଦାମ ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଜମିକୁ ଉକ୍ତ ମଇଳା ପାଣି ପଶିବା ଫଳରେ ଧାନଚାଷ ବ୍ୟତୀତ ଅନ୍ୟ କୌଣସି ଚାଷ କାର୍ଯ୍ୟ ହୋଇ ପାରୁନଥିବା ସରପଞ୍ଚ ପ୍ରତିନିଧି କହିଛନ୍ତି l ସମସ୍ୟା ଦୂର ହେବା ଜାଣି ଚାଷୀ ମହଲରେ ଖୁସିର ଲହରି ଖେଳିଯାଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri