Posted inଖେଳ

କୋହଲିଙ୍କ ଷ୍ଟାଟସ ଦେଖି ଖୁସିରେ ଗଦଗଦ ହେଲେ ସୂର୍ଯ୍ୟକୁମାର

ରାଜକୋଟ,୯।୧: ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଏକ ବିସ୍ଫୋରକ ଶତକ ହାସଲ କରିଛନ୍ତି। ସେ ୭ ଚୌକା ଓ ୯ ଛକା ସହାୟତାରେ ୫୧ ବଲରେ ୧୧୨ ରନ ଖେଳିଥିଲେ। ପ୍ରଶଂସକଙ୍କ ସହ ସାଥୀ ଖେଳାଳିମାନେ ମଧ୍ୟ ସୂର୍ଯ୍ୟଙ୍କ ଏହି ଚମତ୍କାର ଇନିଂସରେ ନିଜର ପ୍ରତିକ୍ରିୟା ଦେଇଥିଲେ। ଏଥିରେ ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ବିରାଟ କୋହଲି ମଧ୍ୟ ସାମିଲ ହୋଇଥିଲେ। ସେ ସୂର୍ଯ୍ୟଙ୍କ ଦ୍ରୁତ ଇନିଂସ ପରେ ନିଜ ଇନଷ୍ଟାଗ୍ରାମରେ ତାଙ୍କ ଫଟୋ ସହ ଷ୍ଟାଟସ ଶେୟାର କରିଥିଲେ। କୋହଲିଙ୍କ ଏହି ଷ୍ଟାଟସ ଦେଖି ସୂର୍ଯ୍ୟ ଖୁସିରେ ଗଦଗଦ ହୋଇପଡିଥିଲେ। ଏହାର ଭିଡିଓ ଭିଡିଓ ବିସିସିଆଇ ଦ୍ୱାରା ଶେୟାର କରାଯାଇଛି।
ବିସିସିଆଇ ଦ୍ୱାରା ଶେୟାର କରାଯାଇଥିବା ଏହି ଭିଡିଓରେ, ସୂର୍ଯ୍ୟ ପ୍ରଥମେ ଡ୍ରେସିଂ ରୁମ ଭିତରକୁ ଆସି ଏକ ଚେୟାରରେ ବସି ନିଜର ଇନଷ୍ଟାଗ୍ରାମ ମେସେଜ ଯାଞ୍ଚ କରିବା ଆରମ୍ଭ କଲେ। ମେସେଜ୍‌ ଦେଖିବାବେଳେ ସେ ବିରାଟ କୋହଲିଙ୍କ ଷ୍ଟାଟସ ଦେଖନ୍ତି। କୋହଲିଙ୍କ ଷ୍ଟାଟସ ଦେଖି ସେ କୁହନ୍ତି, ‘ୱାହ … ଭାଇ ମଜା କରିଛନ୍ତି। ତା’ପରେ କୋହଲିଙ୍କୁ ଜବାବ ଦେଇ ଲେଖିଛନ୍ତି, ଭାଇ ବହୁତ ସାରା ଭଲପାଇବା। ଖୁବ୍‌ଶୀଘ୍ର ଦେଖହେବ।
ଶ୍ରୀଲଙ୍କା ବିପକ୍ଷରେ ଖେଳୁଥିବାବେଳେ ସୂର୍ଯ୍ୟ ତୃତୀୟ ଅନ୍ତର୍ଜାତୀୟ ଟି-୨୦ ଶତକ ହାସଲ କରିଥିଲେ। ଏହି ଶତକ ସହିତ ସେ ଟି-୨୦ ଭାରତ ପାଇଁ ତିନି ଶତକ ହାସଲ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri