ଏହି ଦିନ ହେବ ‘ବିଗ ବସ ୧୭’ର ପ୍ରିମିୟର

ପ୍ରତିବର୍ଷ ପରି ଏଥର ମଧ୍ୟ ‘ବିଗ ବସ’ର ନୂଆ ସିଜିନ୍‌କୁ ନେଇ ଅନେକ ଆଲୋଚନା ହେଉଛି। ପ୍ରଶଂସକମାନେ ଉତ୍ସାହର ସହିତ ‘ବିଗ ବସ ୧୭’ କୁ ଅପେକ୍ଷା କରିଛନ୍ତି। ପ୍ରଶଂସକଙ୍କ ଉତ୍ସାହକୁ ଦ୍ୱିଗୁଣିତ କରିବା ପାଇଁ କଲର୍ସ ଟିଭି ଶୋ’ର ଏକ ନୂଆ ପ୍ରୋମୋ ରିଲିଜ କରିଛି। ଏହି ପ୍ରୋମୋରେ ଶୋ’ର ହୋଷ୍ଟ ସଲମାନ ଖାନ ଏହାର ପ୍ରିମିୟରର ତାରିଖ ନିଶ୍ଚିତ କରିଛନ୍ତି।
‘ବିଗ ବସ ୧୭’ ଅକ୍ଟୋବର ୧୫ରୁ କଲର୍ସରେ ଷ୍ଟ୍ରିମ ହେବାକୁ ଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ଶୋ’କୁ ଆସୁଥିବା କୌଣସି ସଦସ୍ୟଙ୍କ ବିଷୟରେ ସୂଚନା ପ୍ରକାଶ ପାଇନାହିଁ। କିନ୍ତୁ ଖବର ରହିଛି ଯେ ଏହି ସିଜିନ୍‌ରେ ପ୍ରସିଦ୍ଧ ଟିଭି ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବଂ ବିକି ଜୈନ ଏହି ଶୋରେ ଅଂଶଗ୍ରହଣ କରିବେ। ଏମାନଙ୍କ ବ୍ୟତୀତ ମୁନାୱାର ଫାରୁକ, ଶିଜାନ କାନ, ଅରମାନ ମଲିକ, ଇଶା ମାଲବ୍ୟ ଏବଂ ଶ୍ରୀ ଫୈଜୁଙ୍କ ଆଗମନ ବିଷୟରେ ମଧ୍ୟ ଖବର ରହିଛି। ଏହାପୂର୍ବରୁ ଶୋ’ର ପ୍ରୋମୋ ଭିଡିଓ ସାମ୍ନାକୁ ଆସିଥିଲା। ସେଥିରେ ସଲମାନଙ୍କୁ ଜଣେ ଗୁପ୍ତଚର ଶୈଳୀରେ ଦେଖିବାକୁ ମିଳିଥିଲା।

 

View this post on Instagram

 

A post shared by ColorsTV (@colorstv)

 


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?