Posted inଜାତୀୟ

ନୂଆ ପ୍ରଚାରରେ ଚନ୍ନିଙ୍କୁ ଥୋର, ରାହୁଲଙ୍କୁ ହଲ୍କ ଦର୍ଶାଇଲା କଂଗ୍ରେସ

ନୂଆଦିଲ୍ଲୀ,୨୫।୧: ଆସନ୍ତା ମାସରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଲାଗି ରୋଡ୍‌ ଶୋ ଓ ରାଲି ଉପରେ ପ୍ରତିବନ୍ଧକ ଲଗାଯାଇଥିବାରୁ ରାଜନୈତୀକ ଦଳ ଅନଲାଇନ ପ୍ରଚାରରେ ଲାଗି ପଡ଼ିଛନ୍ତି। ଏଥର ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନିଙ୍କୁ ସୁପରହିରୋ ଥୋର ଭାବେ ଦର୍ଶାଇଛି କଂଗ୍ରେସ।

ପଞ୍ଜାବ କଂଗ୍ରେସ ପକ୍ଷରୁ ଶେୟାର କରାଯାଇଥିବା ଭିଡିଓଟି ହଲିଉଡ୍‌ ସୁପରହିରୋ ମୁଭି ‘ଆଭେଞ୍ଜର୍ସ: ଇନ୍‌ଫିନିଟି ଓ୍ବାର’ରୁ ପ୍ରେରିତ ହୋଇଛି। ଫିଲ୍ମରେ କ୍ରିସ ହେମ୍ସଓ୍ବର୍ଥ, ମାର୍କ ରୁଫାଲୋ, କ୍ରିସ ଇଭାନ୍ସ ଭଳି ଷ୍ଟାର ରହିଛନ୍ତି। ଉକ୍ତ ଭିଡିଓରେ ମୁଖ୍ୟମନ୍ତ୍ରୀ ଚନ୍ନିଙ୍କ ଚେହେରାକୁ ଥୋରଙ୍କ ଭୂମିକାରେ ଦର୍ଶାଯାଇଛି, ଯିଏକି ବଜ୍ରପାତର ଦେବତା।

ଭିଡିଓରେ ଫିଲ୍ମର ଯୁଦ୍ଧ ଦୃଶ୍ୟକୁ ବ୍ୟବହାର କରାଯାଇଛି। କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ବ୍ରୁସ ବ୍ୟାନର ତଥା ହଲ୍କ ଏବଂ ନବଜୋତ ସିଂ ସିଦ୍ଧୁଙ୍କୁ କ୍ୟାପଟେନ ଆମେରିକା ଭାବେ ଚିତ୍ରିତ କରାଯାଇଛି। ଏଲିଅନ ଚରିତ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମି ପାର୍ଟି ନେତା ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଶତ୍ରୁ ଦର୍ଶାଯାଇଛି ସେହି ଭିଡିଓରେ।

ଏହାର କ୍ୟାପଶନରେ “ପଞ୍ଜାବ ଓ ଏହାର ରାଜ୍ୟବାସୀଙ୍କ ସ୍ବାର୍ଥ ବିରୋଧରେ କାର୍ଯ୍ୟ କରୁଥିବା ଖଳ ପ୍ରକୃତିର ଲୋକଙ୍କ କବଳରୁ ଆମ ପ୍ରିୟ ରାଜ୍ୟକୁ ମୁକ୍ତ ରଖିବା ପାଇଁ ଯାହା ଦରକାର ଆମେ ତାହା କରିବୁ” ବୋଲି ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri