Posted inଖେଳ

ପାକିସ୍ତାନ ଅଧିନାୟକଙ୍କୁ ଶୀଘ୍ର ବିବାହ କରିବାକୁ ପରାମର୍ଶ ଦେଲେ ରୋହିତ ଶର୍ମା: ଜବାବ ମିଳିଲା ଏମିତି

ଦୁବାଇ,୨୮।୮: ଏସିଆ କପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଶଂସକଙ୍କ ସହ ଉଭୟ ଦଳର ଖେଳାଳିମାନେ ମଧ୍ୟ ମ୍ୟାଚ୍‌କୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ଦୁବାଇ ଗ୍ରାଉଣ୍ଡରେ ଉଭୟ ଦଳ ଏକାଠି ଅଭ୍ୟାସ କରିଛନ୍ତି। ଏହି ସମୟରେ ଭାରତ ଏବଂ ପାକିସ୍ତାନର ଖେଳାଳିମାନେ କଥାବାର୍ତ୍ତା ହେଉଥିବା ଦେଖାଯାଇଛି। ଭାରତ ଅଧିନାୟକ ରୋହିତ ଶର୍ମା ଏବଂ ପାକିସ୍ତାନ ଅଧିନାୟକ ବାବର ଆଜାମ ମଧ୍ୟ ପରସ୍ପରକୁ ଭେଟିଥିଲେ। ପାକିସ୍ତାନ କ୍ରିକେଟ ବୋର୍ଡ ଦୁଇ ଖେଳାଳିଙ୍କ ଏକ ଭିଡିଓ ଶେୟାର କରିଛି।
ଏହି ଭିଡିଓରେ, ରୋହିତ ଏବଂ ବାବର ବହୁତ ମଜା କରୁଥିବାର ନଜର ଆସିଛନ୍ତି । ଶେଷରେ, ରୋହିତ ଶର୍ମା ଥଟ୍ଟା କରି ବାବର ଆଜାମଙ୍କୁ କୁହିଛନ୍ତି, ଭାଇ ଶୀଘ୍ର ବିବାହ କରନ୍ତୁ। ରୋହିତଙ୍କ ଏହି କଥା ଶୁଣି ବାବର ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହାର ଉତ୍ତରରେ ସେ ଟିକେ ଲାଜେଇ ଯାଇ କହିଛନ୍ତି, ନା, ମୁଁ ଏବେ ତାହା କରିବି ନାହିଁ। ଏହାପୂର୍ବରୁ ବାବର ଆଜାମ ଏବଂ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଭେଟିଥିଲେ।
ଏସିଆ କପରେ ଦୁଇ ଦଳ ମଧ୍ୟରେ ଏହା ୧୫ତମ ମ୍ୟାଚ ହେବ। ପୂର୍ବ ୧୪ଟି ମ୍ୟାଚରେ ଆଠଟି ମ୍ୟାଚ ଭାରତ ଏବଂ ପାଞ୍ଚଟି ପାକିସ୍ତାନ ଜିତିଛି। ବର୍ଷା ହେତୁ ଗୋଟିଏ ମ୍ୟାଚ ଧୋଇ ଯାଇଥିଲା। ୨୦୧୨ରେ ଏହି ଟୁର୍ନାମେଣ୍ଟରେ ଭାରତ ଶେଷ ଥର ପାଇଁ ପାକିସ୍ତାନକୁ ହରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri