Posted inଖେଳ

ବିଜୟ ପରେ ଏମିତି ସେଲିବ୍ରେଶନ କଲେ ରୋହିତ, କୋହଲି, ଭାଇରାଲ ହେଉଛି ଭିଡିଓ

ହାଇଦ୍ରାବାଦ,୨୬।୯: ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଅଷ୍ଟ୍ରେଲିଆ ବିପକ୍ଷରେ ଟି-୨୦ ସିରିଜ ଜିତିଛି। ନିର୍ଣ୍ଣାୟକ ମ୍ୟାଚରେ ଭାରତ କଙ୍ଗାରୁ ଦଳକୁ ୬ ଉଇକେଟରେ ପରାସ୍ତ କରି ସିରିଜକୁ ୨-୧ରେ କବ୍‌ଜା କରିଥିଲା। ମ୍ୟାଚ୍‌ରେ ପ୍ରଥମ ଖେଳି ଅଷ୍ଟ୍ରେଲିଆ ୭ ଉଇକେଟ ହରାଇ ୧୮୬ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତ ୧୯.୫ ଓଭରରେ ୪ ଉଇକେଟ ନେଇ ଲକ୍ଷ୍ୟ ହାସଲ କରିଛି। ବିରାଟ କୋହଲି ଏବଂ ସୂର୍ଯ୍ୟକୁମାର ଅର୍ଦ୍ଧଶତକ ହାସଲ କରିଥିଲେ। ବାମହାତୀ ସ୍ପିନର ଅକ୍ଷର ପଟେଲ ପୁଣି ଥରେ ଚମତ୍କାର ପ୍ରଦର୍ଶନ କରି ୩ ଉଇକେଟ ନେଇଥିଲେ।
ଏହି ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ମଧ୍ୟରେ ଭଲ ବନ୍ଧନ ଦେଖିବାକୁ ମିଳିଥିଲା। ବିରାଟ କୋହଲି ଅର୍ଦ୍ଧଶତକ ଡ୍ରେସିଂ ରୁମ୍‌କୁ ଫେରିବାବେଳେ ରୋହିତ ଶର୍ମା କେବଳ କରତାଳି ଦେଇ ନ ଥିଲେ, ସେ ତାଙ୍କ ପିଠିରେ ଥାପୁଡାଇ ଦେଇଥିଲେ। ୨୦ତମ ଓଭରର ପଞ୍ଚମ ବଲରେ ହାର୍ଦ୍ଦିକ ପାଣ୍ଡ୍ୟା ଚୌକା ସହ ଭାରତୀୟ ଦଳକୁ ବିଜୟ ଦେବା ମାତ୍ରେ ରୋହିତ ଏବଂ କୋହଲି ପରସ୍ପରକୁ ଆଲିଙ୍ଗନ କରି ବିଜୟ ଉତ୍ସବ ପାଳନ କରିଥିଲେ। ଏହାର ଭିଡିଓ ଭାଇରାଲ ହେବା ମାତ୍ରେ ପ୍ରଶଂସକ ଉଭୟଙ୍କ ମଧ୍ୟରେ ଥିବା ସୁସମ୍ପର୍କକୁ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri