Posted inଜାତୀୟ

ମନ୍ତ୍ରୀଙ୍କୁ ସ୍କୁଟିରେ ବସାଇ କାର୍ଯ୍ୟାଳୟରେ ଛାଡିଲେ ସ୍ମୃତି ଇରାନୀ: ଭିଡିଓ ଭାଇରାଲ୍‌

ନୂଆଦିଲ୍ଲୀ,୩।୮: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ବୁଧବାର ତାଙ୍କ ସହକର୍ମୀ ତଥା ମନ୍ତ୍ରୀ ଭାରତୀ ପାୱାରଙ୍କୁ ସ୍କୁଟିରେ ବସାଇ ତାଙ୍କ କାର୍ଯ୍ୟାଳୟରେ ଛାଡିଛନ୍ତି। ସେ ଏହାର ଭିଡିଓକୁ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ମଧ୍ୟ ପୋଷ୍ଟ କରିଛନ୍ତି। ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ସେ ଲେଖିଛନ୍ତି, ତିରଙ୍ଗା ଯାତ୍ରା ସହିତ ଦିନ ଆରମ୍ଭ। ଭାରତୀ ପାୱାର ତାଇଙ୍କୁ ଅଫିସରେ ଛାଡିଛି।
ଏହି ଭିଡିଓରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ହେଲମେଟ ଏବଂ ଚଷମା ପିନ୍ଧି ସ୍କୁଟି ଚଲାଉଥିବାବେଳେ ମନ୍ତ୍ରୀ ଭାରତୀ ପାୱାର ହାତରେ ଜାତୀୟ ପତାକା ଧରି ପଛରେ ବସିଥିଲେ।
ସୂଚନାଯୋଗ୍ୟ, ‘ଆଜାଦି କା ଅମୃତ ମହୋତ୍ସବ’ ଅଧୀନରେ ଅଗଷ୍ଟ ୧୩ରୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ ସମସ୍ତ ରାଜ୍ୟର ପ୍ରତ୍ୟେକ ଘରେ ‘ତ୍ରିରଙ୍ଗା’ ଉତ୍ତୋଳନ କରାଯିବ। କିନ୍ତୁ ଏହାପୂର୍ବରୁ ବୁଧବାର ସମସ୍ତ ଏମ୍‌ପି ଏକ ‘ତ୍ରିରଙ୍ଗା’ ବାଇକ ରାଲି କରିଥିଲେ।

 

View this post on Instagram

 

A post shared by Smriti Irani (@smritiiraniofficial)


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?