Posted inଖେଳ

ଖୁସିରେ ଡେଇଁଲେ ଗାଭାସ୍କର

ମେଲବୋର୍ନ,୨୪।୧୦: ଟି-୨୦ ବିଶ୍ୱକପ୍‌ ୨୦୨୨ର ପ୍ରଥମ ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ଚାରି ଉଇକେଟ୍‌ରେ ପରାସ୍ତ କରିଛି। ଏହି ମ୍ୟାଚରେ ଆର୍‌. ଅଶ୍ୱିନ ଶେଷ ବଲରେ ଏକ ରନ ନେଇ ଭାରତକୁ ବିଜୟ ଦେଇଥିଲେ। ଏହି ବିଜୟ ପରେ ପଡ଼ିଆରେ ଉପସ୍ଥିତ ଥିବା ଭାରତର ଭେଟେରାନ ଖେଳାଳିମାନେ ମଧ୍ୟ ବିଜୟ ଉତ୍ସବରେ ବୁଡ଼ି ଯାଇଥିଲେ।
ଭାରତର ରୋମାଞ୍ଚକର ବିଜୟ ପରେ ଲିଟିଲ ମାଷ୍ଟର ଭାବରେ ଜଣାଶୁଣା ସୁନୀଲ ଗାଭାସ୍କର ମଧ୍ୟ ନାଚିବା ଆରମ୍ଭ କରିଥିଲେ। ସେ ଛୋଟ ପିଲାଙ୍କ ପରି ଡେଇଁଥିଲେ। ଇରଫାନ ପଠାନ ଏବଂ କେ ଶ୍ରୀକାନ୍ତଙ୍କ ପରି କିମ୍ବଦନ୍ତୀ ମଧ୍ୟ ତାଙ୍କ ସହ ପଡ଼ିଆରେ ଉପସ୍ଥିତ ଥିଲେ ଏବଂ ବିଜୟ ଉତ୍ସବରେ ଡେଇଁ ପଡିଥିଲେ। ଏଥି ସହିତ, ଇରଫାନ ଅନ୍ୟ ଲୋକଙ୍କ ସହ ହାତ ମିଳାଇ ନିଜର ଖୁସି ବ୍ୟକ୍ତ କରିଥିଲେ। କ୍ରୀଡ଼ା ଆଙ୍କର୍‌ ଜଟିନ ସପ୍ରୁ ମଧ୍ୟ ଭାରତର ବିଜୟ ଉତ୍ସବ ପାଳନ କରୁଥିଲେ।
ଟସ ହାରିବା ପରେ ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୮ ଉଇକେଟ ହରାଇ ୧୫୯ ରନ ସଂଗ୍ରହ କରିଥିଲା। ଶାନ ମାସୁଦ ୫୨ ଏବଂ ଇଫ୍ଟିକର ଅହମ୍ମଦ ୫୧ ରନ ସ୍କୋର କରିଥିଲେ। ଭାରତ ପାଇଁ ଅର୍ଶଦୀପ ସିଂ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ପ୍ରତ୍ୟେକ ତିନିଟି ଉଇକେଟ ନେଇଥିଲେ। ଭୁବନେଶ୍ୱର ଏବଂ ଶାମି ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ଏହାର ଜବାବରେ ଭାରତ ୬ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିଥିଲା। ବିରାଟ କୋହଲି ୮୨ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ହାର୍ଦ୍ଦିକଙ୍କ ସହ ୧୧୩ ରନର ଭାଗିଦାରୀ କରିଥିଲେ। ହାର୍ଦ୍ଦିକ ୪୦ ରନ ସଂଗ୍ରହ କରିଥିଲେ। ପାକିସ୍ତାନ ପାଇଁ ହରିସ ରୌଫ ଏବଂ ମହମ୍ମଦ ନୱାଜ ଦୁଇଟି ଲେଖାଏ ଉଇକେଟ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri