Posted inଖେଳ

ଖୁସିରେ ଡେଇଁଲେ ଗାଭାସ୍କର

ମେଲବୋର୍ନ,୨୪।୧୦: ଟି-୨୦ ବିଶ୍ୱକପ୍‌ ୨୦୨୨ର ପ୍ରଥମ ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ଚାରି ଉଇକେଟ୍‌ରେ ପରାସ୍ତ କରିଛି। ଏହି ମ୍ୟାଚରେ ଆର୍‌. ଅଶ୍ୱିନ ଶେଷ ବଲରେ ଏକ ରନ ନେଇ ଭାରତକୁ ବିଜୟ ଦେଇଥିଲେ। ଏହି ବିଜୟ ପରେ ପଡ଼ିଆରେ ଉପସ୍ଥିତ ଥିବା ଭାରତର ଭେଟେରାନ ଖେଳାଳିମାନେ ମଧ୍ୟ ବିଜୟ ଉତ୍ସବରେ ବୁଡ଼ି ଯାଇଥିଲେ।
ଭାରତର ରୋମାଞ୍ଚକର ବିଜୟ ପରେ ଲିଟିଲ ମାଷ୍ଟର ଭାବରେ ଜଣାଶୁଣା ସୁନୀଲ ଗାଭାସ୍କର ମଧ୍ୟ ନାଚିବା ଆରମ୍ଭ କରିଥିଲେ। ସେ ଛୋଟ ପିଲାଙ୍କ ପରି ଡେଇଁଥିଲେ। ଇରଫାନ ପଠାନ ଏବଂ କେ ଶ୍ରୀକାନ୍ତଙ୍କ ପରି କିମ୍ବଦନ୍ତୀ ମଧ୍ୟ ତାଙ୍କ ସହ ପଡ଼ିଆରେ ଉପସ୍ଥିତ ଥିଲେ ଏବଂ ବିଜୟ ଉତ୍ସବରେ ଡେଇଁ ପଡିଥିଲେ। ଏଥି ସହିତ, ଇରଫାନ ଅନ୍ୟ ଲୋକଙ୍କ ସହ ହାତ ମିଳାଇ ନିଜର ଖୁସି ବ୍ୟକ୍ତ କରିଥିଲେ। କ୍ରୀଡ଼ା ଆଙ୍କର୍‌ ଜଟିନ ସପ୍ରୁ ମଧ୍ୟ ଭାରତର ବିଜୟ ଉତ୍ସବ ପାଳନ କରୁଥିଲେ।
ଟସ ହାରିବା ପରେ ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୮ ଉଇକେଟ ହରାଇ ୧୫୯ ରନ ସଂଗ୍ରହ କରିଥିଲା। ଶାନ ମାସୁଦ ୫୨ ଏବଂ ଇଫ୍ଟିକର ଅହମ୍ମଦ ୫୧ ରନ ସ୍କୋର କରିଥିଲେ। ଭାରତ ପାଇଁ ଅର୍ଶଦୀପ ସିଂ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ପ୍ରତ୍ୟେକ ତିନିଟି ଉଇକେଟ ନେଇଥିଲେ। ଭୁବନେଶ୍ୱର ଏବଂ ଶାମି ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ଏହାର ଜବାବରେ ଭାରତ ୬ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିଥିଲା। ବିରାଟ କୋହଲି ୮୨ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ହାର୍ଦ୍ଦିକଙ୍କ ସହ ୧୧୩ ରନର ଭାଗିଦାରୀ କରିଥିଲେ। ହାର୍ଦ୍ଦିକ ୪୦ ରନ ସଂଗ୍ରହ କରିଥିଲେ। ପାକିସ୍ତାନ ପାଇଁ ହରିସ ରୌଫ ଏବଂ ମହମ୍ମଦ ନୱାଜ ଦୁଇଟି ଲେଖାଏ ଉଇକେଟ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri