‘ନିଶା କାରବାର ଜଗ, ସୀମାନ୍ତରେ ନଜର ରଖ’

ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସମୟରେ ବେଆଇନ ନିଶା କାରବାର ରୋକିବା ପାଇଁ ରାଜ୍ୟର ସୀମାନ୍ତ ଅଞ୍ଚଳରେ ନଜର ରଖିବାକୁ ରାଜ୍ୟ ଅବକାରୀ କମିଶନର ଆଶିଷ କୁମାର ସିଂ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏଥିସହ ବେଆଇନ ମଦ ପ୍ରସ୍ତୁତକାରୀ, ବ୍ୟବସାୟୀ ଓ ବିକ୍ରୟସ୍ଥଳ ଉପରେ ନିୟମିତ ଚଢ଼ାଉ କରିବା ସହିତ ରାତ୍ରିକାଳୀନ ପାଟ୍ରୋଲିଂକୁ ଜୋର୍‌ଦାର କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ନିର୍ବାଚନ ବେଳେ ମାଦକ ଦ୍ରବ୍ୟ କାରବାର ଯଥା ସମ୍ଭବ ବନ୍ଦ କରିବା ଲାଗି ଯୋଜନା କରିବାକୁ ଶୁକ୍ରବାର ଅବକାରୀ କମିଶନର ବିଭାଗୀୟ ଅଧିକାରୀଙ୍କ ସହିତ ସମୀକ୍ଷା କରିଛନ୍ତି। ଭର୍ଚୁଆଲ ମୋଡ୍‌ରେ ଅନୁଷ୍ଠିତ ଏହି ବୈଠକରେ ଅବକାରୀ ବିଭାଗ ଉପ କମିଶନର, ଅବକାରୀ ଅଧୀକ୍ଷକ, ଏନ୍‌ଫୋର୍ସମେଣ୍ଟ ସେଲ୍‌ର ଅଧିକାରୀ ଓ ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ। ୨୦୨୨ ପଞ୍ଚାୟତ ନିର୍ବାଚନ ଯେଭଳି ସୁରୁଖୁରୁରେ ହେବ, ସେଥିପାଇଁ ପ୍ରସ୍ତୁତ ରଣନୀତି ଉପରେ ବିସ୍ତୃତ ଆଲୋଚନା ହୋଇଥିଲା।
ବୈଠକରେ ଚଳିତ ଆର୍ଥିକ ବର୍ଷରେ ଏନ୍‌ଫୋର୍ସମେଣ୍ଟ କାର୍ଯ୍ୟକଳାପର ସମୀକ୍ଷା ହୋଇଥିଲା। ୨୦୨୧-୨୨ ବର୍ଷରେ ଜାନୁୟାରୀ ଶେଷ ସୁଦ୍ଧା ୩୧,୧୩୩ ଅବକାରୀ ମାମଲା ରୁଜୁ ହୋଇଛି। ୨୫,୬୪୧ ଜଣ ଗିରଫ ହୋଇଛନ୍ତି। ଏହି ସମୟରେ ୮,୪୬,୪୯୩ ଲିଟର କାରଖାନା ପ୍ରସ୍ତୁତ ଦେଶୀ ମଦ, ୮୯,୨୧,୫୩୧ କିଲୋ ମହୁଲି ମଦ ପ୍ରସ୍ତୁତି ସାମଗ୍ରୀ, ୭,୪୮୩ ଲିଟର ନକଲି ବିଦେଶୀ ମଦ, ୨,୧୪୬ ଲିଟର ଟିକସ ଫାଙ୍କି ବିଦେଶୀ ମଦ, ୩,୭୦୧ ଲିଟର ସ୍ପିରିଟ୍‌, ୨୫,୭୫୭ କିଲୋ ଗଞ୍ଜେଇ, ୧୦ କେଜି ୩୯୪ ଗ୍ରାମ ବ୍ରାଉନସୁଗାର, ୫୯୧ ଲିଟର କଫ୍‌ସିରପ, ୧,୬୭୫ ଯାନବାହନ ଜବତ ହୋଇଛି । ସମସ୍ତ ଜବତ ସାମଗ୍ରୀ ମୂଲ୍ୟ ୧୧୦ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି। ସେହିପରି ଗତ ଜାନୁୟାରୀରେ ମୋଟ ୪,୦୨୬ ଅବକାରୀ ମାମଲା ରୁଜୁ ହୋଇଛି। ୩,୨୯୯ ଜଣ ଗିରଫ ହୋଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri