‘ନିଶା କାରବାର ଜଗ, ସୀମାନ୍ତରେ ନଜର ରଖ’

ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସମୟରେ ବେଆଇନ ନିଶା କାରବାର ରୋକିବା ପାଇଁ ରାଜ୍ୟର ସୀମାନ୍ତ ଅଞ୍ଚଳରେ ନଜର ରଖିବାକୁ ରାଜ୍ୟ ଅବକାରୀ କମିଶନର ଆଶିଷ କୁମାର ସିଂ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏଥିସହ ବେଆଇନ ମଦ ପ୍ରସ୍ତୁତକାରୀ, ବ୍ୟବସାୟୀ ଓ ବିକ୍ରୟସ୍ଥଳ ଉପରେ ନିୟମିତ ଚଢ଼ାଉ କରିବା ସହିତ ରାତ୍ରିକାଳୀନ ପାଟ୍ରୋଲିଂକୁ ଜୋର୍‌ଦାର କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ନିର୍ବାଚନ ବେଳେ ମାଦକ ଦ୍ରବ୍ୟ କାରବାର ଯଥା ସମ୍ଭବ ବନ୍ଦ କରିବା ଲାଗି ଯୋଜନା କରିବାକୁ ଶୁକ୍ରବାର ଅବକାରୀ କମିଶନର ବିଭାଗୀୟ ଅଧିକାରୀଙ୍କ ସହିତ ସମୀକ୍ଷା କରିଛନ୍ତି। ଭର୍ଚୁଆଲ ମୋଡ୍‌ରେ ଅନୁଷ୍ଠିତ ଏହି ବୈଠକରେ ଅବକାରୀ ବିଭାଗ ଉପ କମିଶନର, ଅବକାରୀ ଅଧୀକ୍ଷକ, ଏନ୍‌ଫୋର୍ସମେଣ୍ଟ ସେଲ୍‌ର ଅଧିକାରୀ ଓ ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ। ୨୦୨୨ ପଞ୍ଚାୟତ ନିର୍ବାଚନ ଯେଭଳି ସୁରୁଖୁରୁରେ ହେବ, ସେଥିପାଇଁ ପ୍ରସ୍ତୁତ ରଣନୀତି ଉପରେ ବିସ୍ତୃତ ଆଲୋଚନା ହୋଇଥିଲା।
ବୈଠକରେ ଚଳିତ ଆର୍ଥିକ ବର୍ଷରେ ଏନ୍‌ଫୋର୍ସମେଣ୍ଟ କାର୍ଯ୍ୟକଳାପର ସମୀକ୍ଷା ହୋଇଥିଲା। ୨୦୨୧-୨୨ ବର୍ଷରେ ଜାନୁୟାରୀ ଶେଷ ସୁଦ୍ଧା ୩୧,୧୩୩ ଅବକାରୀ ମାମଲା ରୁଜୁ ହୋଇଛି। ୨୫,୬୪୧ ଜଣ ଗିରଫ ହୋଇଛନ୍ତି। ଏହି ସମୟରେ ୮,୪୬,୪୯୩ ଲିଟର କାରଖାନା ପ୍ରସ୍ତୁତ ଦେଶୀ ମଦ, ୮୯,୨୧,୫୩୧ କିଲୋ ମହୁଲି ମଦ ପ୍ରସ୍ତୁତି ସାମଗ୍ରୀ, ୭,୪୮୩ ଲିଟର ନକଲି ବିଦେଶୀ ମଦ, ୨,୧୪୬ ଲିଟର ଟିକସ ଫାଙ୍କି ବିଦେଶୀ ମଦ, ୩,୭୦୧ ଲିଟର ସ୍ପିରିଟ୍‌, ୨୫,୭୫୭ କିଲୋ ଗଞ୍ଜେଇ, ୧୦ କେଜି ୩୯୪ ଗ୍ରାମ ବ୍ରାଉନସୁଗାର, ୫୯୧ ଲିଟର କଫ୍‌ସିରପ, ୧,୬୭୫ ଯାନବାହନ ଜବତ ହୋଇଛି । ସମସ୍ତ ଜବତ ସାମଗ୍ରୀ ମୂଲ୍ୟ ୧୧୦ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି। ସେହିପରି ଗତ ଜାନୁୟାରୀରେ ମୋଟ ୪,୦୨୬ ଅବକାରୀ ମାମଲା ରୁଜୁ ହୋଇଛି। ୩,୨୯୯ ଜଣ ଗିରଫ ହୋଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri