Posted inଖେଳ

Watch Video: ସାରା ଦୁନିଆକୁ ମିଛ କହିଛନ୍ତି କୋହଲି, ଏବେ ବି ଖାଉଛନ୍ତି ଚିକେନ! ଜାଣନ୍ତୁ ଭାଇରାଲ ଭିଡିଓ ପଛର ସତ୍ୟତା

ଦୁବାଇ,୨୧।୨: ବିରାଟ କୋହଲି ବିଶ୍ୱର ସବୁଠାରୁ ଫିଟ ଆଥଲେଟଙ୍କ ମଧ୍ୟରୁ ଅନ୍ୟତମ। ଶାକହାରୀ ହେବା ପରେ ତାଙ୍କ ଫିଟନେସରେ ବହୁତ ଉନ୍ନତି ଘଟିଥିବା ସେ ଦାବି କରନ୍ତି। ନିକଟରେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଥିରେ ସେ କିଛି ଖାଉଥିବାର ଦେଖାଯାଉଛି। କୋହଲି କ’ଣ ଖାଉଛନ୍ତି ତାହାର ଚିତ୍ର ସ୍ପଷ୍ଟ ନାହିଁ। କିନ୍ତୁ ଦାବି କରାଯାଉଛି ଯେ ସେ କୌଣସି ପ୍ରକାରର ମାଂସ ଖାଉଛନ୍ତି।
ବିରାଟ କୋହଲି ପ୍ରକାଶ କରିଥିଲେ ଯେ, ୨୦୧୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ସମୟରେ ସେ ଫିଟନେସ ସମସ୍ୟାର ସମ୍ମୁଖୀନ ହେବା ଆରମ୍ଭ କରିଥିଲେ। ତାଙ୍କର ମେରୁଦଣ୍ଡ, ପେଟ ଏବଂ ଶରୀରରେ ୟୁରିକ ଏସିଡର ପରିମାଣ ବୃଦ୍ଧି ପାଇବା ଭଳି ସମସ୍ୟା ଆରମ୍ଭ ହୋଇଥିଲା। ଡାକ୍ତରଙ୍କ ଠାରୁ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ପରାମର୍ଶ ପାଇବା ପରେ ସେ ନନ-ଭେଜ ଖାଇବା ବନ୍ଦ କରିଦେଇଥିଲେ। ନିରାମିଷ ଖାଦ୍ୟ ଖାଇବା ପରେ ତାଙ୍କ ଫିଟ୍‌ନେସ୍‌ରେ ବହୁତ ଉନ୍ନତି ହୋଇଛି। ସେ ଅନେକ ଥର ସୋସିଆଲ ମିଡିଆରେ ନିରାମିଷ ଖାଦ୍ୟ ଖାଇବାର ଫଟୋ ଶେୟାର କରନ୍ତି।
ବିରାଟ ନିଜେ ନିଜକୁ ଶାକାହାରୀ ବୋଲି ଦାବି କରିଥିବାରୁ, ଏହି ଭିଡିଓ ସାମ୍ନାକୁ ଆସିବା ପରେ ଲୋକମାନେ ତାଙ୍କୁ ଟ୍ରୋଲ କରିବା ଆରମ୍ଭ କରିଛନ୍ତି। ଜଣେ ବ୍ୟକ୍ତି ଏମିତି ମଧ୍ୟ ଲେଖିଛନ୍ତି ଯେ, ଏହି କାର୍ଯ୍ୟ ପାଇଁ ବିରାଟ ଜେଲ ଯିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri