Watch Video: ଭୂକମ୍ପ ପୀଡିତଙ୍କ ଉଦ୍ଧାର କାର୍ଯ୍ୟ କରୁଥିବା କୋଷ୍ଟଗାର୍ଡ ବିମାନ ସହ ଯାତ୍ରୀବାହୀ ବିମାନ ଧକ୍କା: ୫ ମୃତ…

ଟୋକିଓ,୨।୧ : ନୂଆ ବର୍ଷରେ ହୋଇଥିବା ବଡ଼ ଧରଣର ଭୂକମ୍ପ ପରେ ଜାପାନର ଆଉ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି। ରନୱେରେ ଅବତରଣ କରୁଥିବାବେଳେ ଜାପାନର ଟୋକିଓର ହାନେଡା ବିମାନବନ୍ଦରରେ ମଙ୍ଗଳବାର କୋଷ୍ଟଗାର୍ଡ ବିମାନ ସହିତ ଜାପାନ ଏୟାରଲାଇନ୍ସର ଏକ ବିମାନ ମୁହାଁମୁହିଁ ଧକ୍କା ହୋଇଛି।

ଏହା ପରେ ବିମାନବନ୍ଦରରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରାଯାଇଛି। କୁହାଯାଉଛି ଯାତ୍ରୀବାହୀ ବିମାନରେ ୩୭୯ ଜଣ ଯାତ୍ରୀ ଥିଲେ। ଏଥି ସହିତ କୋଷ୍ଟଗାର୍ଡ ବିମାନରେ ୬ ଜଣ ଲୋକ ଥିଲେ, ସେମାନମଧ୍ୟରୁ ଜଣେ ବାହାରକୁ ଖସି ପଳାଇବାରେ ସଫଳ ହୋଇଥିଲେ ମଧ୍ୟ ଅନ୍ୟ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି।

ଦୁର୍ଘଟଣା ପରେ ସଙ୍ଗେ ସଙ୍ଗେ ବିମାନର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଜାପାନ ଏୟାରଲାଇନ୍ସ କହିଛି ବିମାନର ୩୭୯ ଜଣ ଯାତ୍ରୀଙ୍କ ମଧ୍ୟରେ ଆଠ ଜଣ ପିଲା ଏବଂ ୧୨ ଜଣ କ୍ରୁ ସଦସ୍ୟ ଅଛନ୍ତି। ସମସ୍ତ ଯାତ୍ରୀ ଏବଂ କର୍ମଚାରୀଙ୍କୁ ବିମାନରୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଥିଲା।

ଭିଡ଼ିଓ ଫୁଟେଜରେ ଅଗ୍ନିଶମ କର୍ମଚାରୀମାନେ ନିଆଁକୁ ଆୟତ୍ତ କରୁଥିବା ବେଳେ ବିମାନର ଇଞ୍ଜିନ ଅଞ୍ଚଳ ନିକଟରୁ ନିଆଁ ଲାଗିଥିବାର ଦେଖାଯାଉଛି। ୭୦ ଟି ଅଗ୍ନିଶମ ବାହିନୀ ପଠାଯାଇଥିଲା । କିନ୍ତୁ, ସ୍ଥାନୀୟ ସମୟ ସନ୍ଧ୍ୟା ସାଢ଼େ ୬ ଟା ସୁଦ୍ଧା ବିମାନଟି ସଂପୂର୍ଣ୍ଣ ନିଆଁରେ ପୋଡି ହୋଇଯାଇଥିଲା। ବିମାନ ବନ୍ଦରର ସମସ୍ତ ରନୱେକୁ ବନ୍ଦ ରଖାଯାଇଛି।
ଦେଶର ନ୍ୟୁଜ ଏଜେନ୍ସି କ୍ୟୋଡୋ ନ୍ୟୁଜ ଅନୁଯାୟୀ ଜାପାନ ଏୟାରଲାଇନ୍ସ କହିଛି ଯାତ୍ରୀବାହୀ ବିମାନଟି ରନୱେରେ ଅନ୍ୟ ଏକ ବିମାନ ସହିତ ଧକ୍କା ଦେଇଥିଲା କିମ୍ବା ଅବତରଣ କରିବା ପରେ ଟ୍ୟାକ୍ସିୱେ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା ସେନେଇ ତଦନ୍ତ କରାଯାଉଛି। ଜମି, ଭିତ୍ତିଭୂମି, ପରିବହନ ଏବଂ ପର୍ଯ୍ୟଟନ ମନ୍ତ୍ରଣାଳୟ ଏହି ଘଟଣାର ତଦନ୍ତ କରୁଥିବା କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri