Posted inଖେଳ

ଶୁବମନ ଗିଲଙ୍କୁ ରାତିରେ ଶୁଆଇ ଦେଉନାହାନ୍ତି ଏହି କ୍ରିକେଟର୍‌

ହାଇଦ୍ରାବାଦ୍‌,୧୯।୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଟିମ ଇଣ୍ଡିଆର ବିଜୟରେ ଯୁବ ଓପନର୍‌ ଶୁବମାନ ଗିଲ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ୨୦୮ ରନ ରେକର୍ଡ ଇନିଂସ ଖେଳି ଗିଲ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଭାରତ ୧-୦ରେ ଅଗ୍ରଣୀ ହାସଲ କରିଛି। ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛି। ଭିଡିଓରେ ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା ଶୁଭମାନ ଗିଲ ଏବଂ ଇଶାନ କିଶନଙ୍କ ସାକ୍ଷାତକାର ଦେଉଥିବାର ନଜର ଆସିଛନ୍ତି। ଏହି ସମୟରେ ଶୁବମାନ ଗିଲ ଏବଂ ଇଶାନ ଅନେକ ରହସ୍ୟ ଖୋଲିଥିଲେ।
ବିସିସିଆଇ ଏହାର ଅଫିସିଆଲ ଟୁଇଟର୍‌ ହ୍ୟାଣ୍ଡେଲରେ ଶେୟାର କରିଥିବା ଭିଡିଓରେ ଶୁବମାନ ଗିଲ ଏବଂ ଇଶାନ ରୋହିତଙ୍କ ସହ ମଜା କରୁଥିବା ଦେଖିବାକୁ ମିଳିଛି। ଏହି ସମୟରେ, ଇଶାନ ଗିଲଙ୍କୁ ପଚାରିଥିଲେ ତୁମର ପ୍ରି-ମ୍ୟାଚ ରୁଟିନ କ’ଣ? ଏହା ଉପରେ ରୋହିତ ଇଶାନଙ୍କୁ କହିଥିଲେ ଯେ ତୁମେ କେବଳ କୁହ କାରଣ ତୁମେ ଦୁହେଁ ଏକାଠି ରୁମରେ ରୁହ। ଏହା ଉପରେ ଗିଲ କହିଛନ୍ତି, ମୋର ପ୍ରି-ମ୍ୟାଚ ରୁଟିନ ଏହି ଲୋକ (ଇଶାନ କିଶାନ) ଦ୍ୱାରା ନଷ୍ଟ ହୋଇଯାଏ। କାରଣ ମୋତେ ଶୋଇବାକୁ ଦିଅନ୍ତି ନାହିଁ। ଆଇପ୍ୟାଡ୍‌ରେ ପୂରା ଭଲ୍ୟୁମରେ ଫିଲ୍ମ ଦେଖିବା ଇଶାନଙ୍କ ଅଭ୍ୟାସ। ସାକ୍ଷାତକାର ସମୟରେ ରୋହିତ ଇଶାନଙ୍କୁ ପଚାରିଥିଲେ, ଦ୍ୱିଶତକ ସ୍କୋର କରିବା ପରେ ତୁମେ ତିନୋଟି ମ୍ୟାଚ ଖେଳି ନାହଁ। ଏହା ଉପରେ ଇଶାନ କହିଥିଲେ ଭାଇ, ତୁମେ ସେନାପତି। ଏହା ଶୁଣି ରୋହିତ ଜୋରରେ ହସିବାକୁ ଲାଗିଲେ।
ହାଇଦ୍ରାବାଦର ରାଜୀବ ଗାନ୍ଧୀ ଷ୍ଟାଡିୟମରେ ଖେଳାଯାଇଥିବା ପ୍ରଥମ ଦିନିକିଆରେ ଶୁଭମାନ ଗିଲ ୧୪୯ ବଲରେ ୨୦୮ ରନର ପାଳି ଖେଳିଥିଲେ। ସେ ତାଙ୍କ ଇନିଂସରେ ୧୯ ଚୌକା ଓ ୯ ଛକା ମାରିଥିଲେ। ଏହାପୂର୍ବରୁ ଡିସେମ୍ବରରେ ବାଂଲାଦେଶ ଗସ୍ତରେ ସିରିଜର ତୃତୀୟ ତଥା ଶେଷ ଦିନିକିଆରେ ଇଶାନ କିଶନ ୧୩୧ ବଲରେ ୨୧୦ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?