ରାତିସାରା ଦେଖିଲେ ଲିଆଖିଆ ଉତ୍ସବ: ସକାଳକୁ ଆସି ଦେଖିଲା ବେଳକୁ ନ ଥିଲା

ନନ୍ଦପୁର/ପାଡୁଆ, ୧୧।୫ (ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଲିଆଖିଆ ଉତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କ ବାଇକ (ନମ୍ବର- OD 10 Q 4739) କେହି ଦୁର୍ବୃତ୍ତ ଚୋରି କରି ନେଇଥିବା ଅଭିଯୋଗ ହୋଇଛି। ଏନେଇ ଯୁବକ ଜଣକ ସୋମବାର ପାଡୁଆ ଥାନାରେ ଲିଖିତ ଏତଲା ଦେବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ସୂଚନା ମିଳିଛି।

ସୂଚନା ମୁତାବକ, ରବିବାର ରାତିରେ ପାନ୍ଥଲୁଙ୍ଗ ଗ୍ରାମରେ ଲିଆଖିଆ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବ ଦେଖିବା ପାଇଁ ସିଡିପୁଟ ଗ୍ରାମର ଦଶରଥ ତାଙ୍ଗୁଲୁ ନିଜ ବାଇକ୍‌ରେ ଆସିଥିଲେ। ଉତ୍ସବ ରାତି ତମାମ ଚାଲିଥିବା ବେଳେ ସକାଳୁ ସେ ନିଜ ବାଇକ ରଖିଥିବା ସ୍ଥାନରେ ପାଇ ନ ଥିଲେ। ଗ୍ରାମବାସୀଙ୍କ ସହ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ବାଇକ ନମିଳିବାରୁ ଶେଷରେ ସେ ପାଡୁଆ ଥାନାରେ ଅଭିଯୋଗ କରିଥିଲେ।

ଉଲ୍ଲେଖଯୋଗ୍ୟ ଯେ, ଦୁଇ ମାସ ତଳେ ପାଡୁଆ ସଦର ମହକୁମାରୁ ମାତ୍ର ଦୁଇ ଦିନରେ ଦୁଇଟି ବାଇକ ଓ ଗୋଟିଏ ସ୍କୁଟି ଚୋରି ହୋଇଥିଲା। ମାତ୍ର ବର୍ତ୍ତମାନ ସୁଦ୍ଧା ପୋଲିସ ସେହି ଚୋରି ଘଟଣାର କୌଣସି ସୂଚନା ପାଇପାରି ନାହିଁ। ବାରମ୍ବାର ବାଇକ ଚୋରି ହେଉଥିବାରୁ ଜନସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପୋଲିସ ପ୍ରତି ଲୋକଙ୍କ ଆସ୍ଥା ବଜାୟ ରଖିବା ପାଇଁ ଏହି ଘଟଣାର ତୁରନ୍ତ ତଦନ୍ତ କରିବାକୁ ଅଞ୍ଚଳର ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?