Posted inଖେଳ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନିକଟରୁ ଜବତ ହେଲା ୫ କୋଟି ଟଙ୍କାର ଦୁଇଟି ଘଡି

ମୁମ୍ବାଇ,୧୬ ।୧୧: ୟୁଏଇରେ ଆଇସିସି ଟି-୨୦ ବିଶ୍ୱକପରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଟିମ୍ ଏବେ ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରିଛି । ଟିମର ସଦସ୍ୟ ଭାରତ ଫେରିବା ସମୟରେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଡୁଆ ବଢି ଯାଇଛି । ମୁମ୍ବାଇ ବିମାନ ବନ୍ଦରରେ ପହଞ୍ଚିବା ପରେ ହାର୍ଦ୍ଦିକଙ୍କୁ କଷ୍ଟମ ବିଭାଗ ଯାଞ୍ଚ କରିଥିଲା । ଏହି ସମୟରେ ତାଙ୍କ ନିକଟରୁ ୫ କୋଟି ଟଙ୍କାର ଦୁଇଟି ଘଣ୍ଟା ମିଳିଥିଲା । ଯେତେବେଳେ ତାଙ୍କୁ ଏହି ଘଣ୍ଟା ସମ୍ପର୍କରେ ପଚରାଯାଇଥିଲା ସେତେବେଳେଳ ତାଙ୍କ ନିକଟରେ ନା ଏହାର କୌଣସି ବିଲ୍ ଥିଲା ନା ଏହାକୁ ନେଇ ସେ କୌଣସି ସନ୍ତୋଷଜନକ ଉତ୍ତର ଦେଇଥିଲେ । ଫଳରେ କଷ୍ଟମ ବିଭାଗ ଘଣ୍ଟା ଦୁଇଟିକୁ ଜବତ କରିବା ସହ ଏହାର ଯାଞ୍ଚ ଆରମ୍ଭ କରିଛି । ମହଙ୍ଗା ଘଣ୍ଟା ରଖିବାରେ ହାର୍ଦ୍ଦିକଙ୍କ ସୌକ ଥିବା କୁହାଯାଉଛି । ସୂଚନାଯୋଗ୍ୟ, ଏହା ପୂର୍ବରୁ ନଭେମ୍ବର ୨୦୨୦ରେ ହାର୍ଦ୍ଦିକଙ୍କ ବଡ ଭାଇ କୃଣାଳ ପାଣ୍ଡ୍ୟାଙ୍କ ନିକଟରୁ ଲକ୍‌ଜରି ଗାଡି ଜବତ କରାଯାଇଥିଲା । ଏହାକୁ ଡାଇରେକ୍ଟରେଟ ଅଫ୍ ରେଭିନ୍ୟୁ ଇଣ୍ଟଲିଜେନ୍ସ(ଡିଆର୍‌ଆଇ) ଅଧିକାରୀ ଅଟକାଇ ଦେଇଥିଲେ । ପରେ ଏହି ମାମଲାକୁ କଷ୍ଟମ ବିଭାଗକୁ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri