Posted inଖେଳ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନିକଟରୁ ଜବତ ହେଲା ୫ କୋଟି ଟଙ୍କାର ଦୁଇଟି ଘଡି

ମୁମ୍ବାଇ,୧୬ ।୧୧: ୟୁଏଇରେ ଆଇସିସି ଟି-୨୦ ବିଶ୍ୱକପରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଟିମ୍ ଏବେ ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରିଛି । ଟିମର ସଦସ୍ୟ ଭାରତ ଫେରିବା ସମୟରେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଡୁଆ ବଢି ଯାଇଛି । ମୁମ୍ବାଇ ବିମାନ ବନ୍ଦରରେ ପହଞ୍ଚିବା ପରେ ହାର୍ଦ୍ଦିକଙ୍କୁ କଷ୍ଟମ ବିଭାଗ ଯାଞ୍ଚ କରିଥିଲା । ଏହି ସମୟରେ ତାଙ୍କ ନିକଟରୁ ୫ କୋଟି ଟଙ୍କାର ଦୁଇଟି ଘଣ୍ଟା ମିଳିଥିଲା । ଯେତେବେଳେ ତାଙ୍କୁ ଏହି ଘଣ୍ଟା ସମ୍ପର୍କରେ ପଚରାଯାଇଥିଲା ସେତେବେଳେଳ ତାଙ୍କ ନିକଟରେ ନା ଏହାର କୌଣସି ବିଲ୍ ଥିଲା ନା ଏହାକୁ ନେଇ ସେ କୌଣସି ସନ୍ତୋଷଜନକ ଉତ୍ତର ଦେଇଥିଲେ । ଫଳରେ କଷ୍ଟମ ବିଭାଗ ଘଣ୍ଟା ଦୁଇଟିକୁ ଜବତ କରିବା ସହ ଏହାର ଯାଞ୍ଚ ଆରମ୍ଭ କରିଛି । ମହଙ୍ଗା ଘଣ୍ଟା ରଖିବାରେ ହାର୍ଦ୍ଦିକଙ୍କ ସୌକ ଥିବା କୁହାଯାଉଛି । ସୂଚନାଯୋଗ୍ୟ, ଏହା ପୂର୍ବରୁ ନଭେମ୍ବର ୨୦୨୦ରେ ହାର୍ଦ୍ଦିକଙ୍କ ବଡ ଭାଇ କୃଣାଳ ପାଣ୍ଡ୍ୟାଙ୍କ ନିକଟରୁ ଲକ୍‌ଜରି ଗାଡି ଜବତ କରାଯାଇଥିଲା । ଏହାକୁ ଡାଇରେକ୍ଟରେଟ ଅଫ୍ ରେଭିନ୍ୟୁ ଇଣ୍ଟଲିଜେନ୍ସ(ଡିଆର୍‌ଆଇ) ଅଧିକାରୀ ଅଟକାଇ ଦେଇଥିଲେ । ପରେ ଏହି ମାମଲାକୁ କଷ୍ଟମ ବିଭାଗକୁ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri