ଅସରାଏ ବର୍ଷାରେ ଫ୍ଲାଏଓଭର ଉପରେ ଜମୁଛି ପାଣି

ସମ୍ବଲପୁର,୩୦ା୬(ବି.ଶଙ୍କର): ସମ୍ବଲପୁର ସହରରେ ଅତ୍ୟାଧୁନିକ ଫ୍ଲାଏଓଭର ଜନସାଧାରଣଙ୍କ ପାଇଁ ଅସୁବିଧା ସୃଷ୍ଟି କରୁଛି। ଫ୍ଲାଏଓଭର ଉଭୟ ପାର୍ଶ୍ୱରେ ଡ୍ରେନ ନିର୍ମାଣ ହୋଇ ନାହିଁ। ଫଳରେ ବର୍ଷାପାଣି ଜିଲାପାଳ, ଆର୍‌ଡିସି ଅଫଇସ ସମ୍ମୁଖ ରାସ୍ତାରେ ଲହଡି ଭାଙ୍ଗୁଛି। ଅସରାଏ ବର୍ଷାରେ ଫ୍ଲାଏଓଭର ଉପରେ ପାଣି ଜମି ରହୁଛି। ଫଳରେ ଏହାର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ ଉଠିଛି।
ଧୁଚୁରାପଡା ଛକରୁ କଚେରି ଛକ ପର୍ଯ୍ୟନ୍ତ ପ୍ରାୟ ୨କି.ମି. ରାସ୍ତା ଦୁଇଶହ କୋଟିରୁ ଊର୍ଦ୍ଧ୍ୱ ବ୍ୟୟ ଅଟକଳରେ ନିର୍ମିତ ହୋଇଛି। ହେଲେ ନିର୍ମାଣ କାର୍ଯ୍ୟରେ ତ୍ରୁଟି ଯୋଗୁ ଫ୍ଲାଇଓଭର ତଳେ ରାସ୍ତାରେ ଯାଉଥିବା ଲୋକଙ୍କ ଉପରେ ପାଣି ପଡୁଛି। ଏ ନେଇ ବରିଷ୍ଠ ଭାଜପା ନେତା ତଥା ଯୁବମୋର୍ଚ୍ଚାର ପୂର୍ବତନ ସମ୍ବଲପୁର ଜିଲା ସଭାପତି ସୂର୍ଯ୍ୟ ପାଣିଗ୍ରାହୀ କହିଛନ୍ତି, ଏହି ସମସ୍ୟା ବିଷୟରେ ଜାଣି ସୁଦ୍ଧା ଜିଲା ପ୍ରଶାସନ ନୀରବଦ୍ରଷ୍ଟା ସାଜୁଛି। ସମ୍ବଲପୁରବାସୀଙ୍କ ହିତ ଦୃଷ୍ଟିରୁ ପ୍ରଶାସନ ତୁରନ୍ତ ସମସ୍ୟା ସମାଧାନ କରିବା ଦରକାର। ସେହିପରି ବିଜୁ ଯୁବ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ହିରାଲାଲ ବେହେରା କହିଛନ୍ତି, ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାକୁ ବାରମ୍ବାର ତିଆରି କରାଯାଉଛି। ବର୍ଷା ଜଳ ନିଷ୍କାସନ ହେଉ ନ ଥିବାରୁ ପୁଣି ନୂତନ କାର୍ଯ୍ୟକୁ ଭଙ୍ଗାଯାଉଛି। ଏହା ଦୂରଦର୍ଶିତାର ଅଭାବ। ରାସ୍ତାରୁ କିପରି ଜଳ ନିଷ୍କାସନ ହେବ ସେ ଦିଗରେ ସମ୍ପୃକ୍ତ ବିଭାଗ ଓ ଜିଲା
ପ୍ରଶାସନ କାର୍ଯ୍ୟ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri