Posted inଜାତୀୟ

ବୈଠକରେ ପନିରସେଲଭାମ୍‌ଙ୍କୁ ବୋତଲମାଡ଼

ଚେନ୍ନାଇ,୨୩।୬: ଚେନ୍ନାଇ ଉପକଣ୍ଠ ବନଗରାମଠାରେ ଗୁରୁବାର ଏଆଇଏଡିଏମ୍‌କେ ସାଧାରଣ ପରିଷଦ ବୈଠକରେ ଉତ୍ତେଜନା ଦେଖାଦେଇଛି। ଦଳର କୋର୍ଡିନେଟର ଓ. ପନିରସେଲଭାମ୍‌(ଓପିଏସ୍‌) ଏବଂ ତାଙ୍କର କେତେଜଣ ସମର୍ଥକ ବୈଠକ ଅଧାରୁ ପଳାଇଯାଇଛନ୍ତି। କକ୍ଷତ୍ୟାଗ ବେଳେ ସେମାନଙ୍କ ଉପରକୁ ପାଣି ବୋତଲ ଫିଙ୍ଗାଯିବା ସହ ସେମାନଙ୍କ ବିରୋଧରେ ସ୍ଲୋଗାନ ଦିଆଯାଇଥିବା ଦେଖିବାକୁ ମିଳିଛି। ସୂଚନା ମୁତାବକ, ବୈଠକ ଆରମ୍ଭ ହେବାର ୪୦ମିନିଟ ମଧ୍ୟରେ ପ୍ରବଳ ଉତ୍ତେଜନା ଦେଖାଯାଇଥିଲା। ସମର୍ଥକମାନେ ପାଲାନିସ୍ବାମୀଙ୍କୁ ଏକ ମୁକୁଟ ଓ ଖଣ୍ଡା ଦ୍ୱାରା ସମ୍ମାନିତ କରିବା ସହ ତାଙ୍କ ସପକ୍ଷରେ ସ୍ଲୋଗାନ ଦେଇଥିଲେ। ଏଥିରେ ଅପମାନିତ ଅନୁଭବ କରି ଓପିଏସ୍‌, ଉପସମ୍ପାଦକ ଆର୍‌. ବୈଥିଲିଙ୍ଗମ୍‌ଙ୍କ ସମେତ ସେମାନଙ୍କ ସମର୍ଥକମାନେ ବୈଠକ ଅଧାରୁ ଚାଲିଯାଇଥିଲେ। ଦଳରେ ପନିରସେଲଭାମ୍‌ ଏବଂ ଯୁଗ୍ମ କୋର୍ଡିନେଟର ଇ.କେ. ପାଲାନିସ୍ବାମୀଙ୍କ ମଧ୍ୟରେ କ୍ଷମତା କନ୍ଦଳ ଲାଗିରହିଥିବା ବେଳେ ସାଧାରଣ ପରିଷଦ ବୈଠକରେ ଏକକ ନେତୃତ୍ୱ ଉପରେ ସଦସ୍ୟମାନେ ଦାବି ଉଠାଇବାରୁ ୨୩ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇପାରି ନ ଥିଲା। ଦଳର ପ୍ରେସିଡିୟମ ଅଧ୍ୟକ୍ଷ ତାମିଲମଗାନ ହୁସେନ୍‌ ପରବର୍ତ୍ତୀ ସାଧାରଣ ପରିଷଦ ବୈଠକ ଜୁଲାଇ ୧୧ରେ ହେବ ବୋଲି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri