କେନାଲରେ ଆସିଲା ପାଣି: ଉପକୃତ ହେବେ ଚାଷୀ

ଡେଲାଙ୍ଗ,୩।୫(ରଶ୍ମିରଞ୍ଜନ ପ୍ରଧାନ): କେନାଲ ପାଣି ପାଇଁ ବହୁ ପ୍ରତୀକ୍ଷା ପରେ ଏବେ ତା’ର ଅନ୍ତ ଘଟିଛି। ମାଛପଡ଼ା ମାଇନରରେ କେନାଲ ପାଣି ଛଡ଼ାଯିବାରୁ ତାହା ଶେଷମୁଣ୍ଡରେ ପହଞ୍ଚତ୍ବା ପରେ ସ୍ଥାନୀୟ ବାସିନ୍ଦା ଖୁସିବ୍ୟକ୍ତ କରିଛନ୍ତି। ତେବେ ଏହି କେନାଲ ପାଣି ଦ୍ୱାରା ସ୍ଥାନୀୟ ଅଞ୍ଚଳର ହଜାର ହଜାର ଚାଷୀ ଉପକୃତ ହେବେ। ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଓ ପ୍ରଚଣ୍ଡ ରୌଦ୍ରତାପ ଜାରି ରହିବା ଫଳରେ ଗଡ଼ିଆ ପୋଖରୀ ସବୁ ଶୁଖିଲା ପଡ଼ି ରହିଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ଗାଈ, ଛେଳି, ମେଣ୍ଢା ପର୍ଯ୍ୟନ୍ତ ପିଇବା ପାଣି ପାଇଁ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳୁଛି। ସେହିପରି ଏହି କେନାଲ ପାଣି ନ ଆସିବାରୁ ଅନେକ ଦିନ ହେଲା ଚାଷୀ ଧାନ ଫସଲ କରିବାରେ ବହୁତ ହଇରାଣ ହରକତ ହେଉଥିଲେ। ସୂଚନା ଥାଉକି, ଅରିସଲ ମୁଖ୍ୟ କେନାଲକୁ ସଂଯୋଗ କରୁଥିବା ମାଛପଡ଼ା ମାଇନରରେ ଅନାମନା ଘାସ, ଗଛ ଲତାରେ ପରିପୂର୍ଣ୍ଣ ହେବା ସହିତ ପୋତି ହୋଇ ରହିଥିଲା। ସ୍ଥାନୀୟ ବାସିନ୍ଦା ବିଭାଗୀୟ ଯନ୍ତ୍ରୀଙ୍କ ସହିତ ସ୍ଥାନୀୟ ବିଧାୟକଙ୍କ ଏନେଇ ଦୃଷ୍ଟି ଆକର୍ଷଣ କରିଥିଲେ। ଜଳ ସେଚନ ବିଭାଗ ପକ୍ଷରୁ କେନାଲର ସଫେଇ ଓ ପୁନରୁଦ୍ଧାର ନିମନ୍ତେ ଟେଣ୍ଡର ପ୍ରକ୍ରିୟା କରାଯାଇ ଠିକାଦାର ଚୟନ କରାଯାଇଥିଲା। ଏପ୍ରିଲ ୧ରୁ ଯୁଦ୍ଧକାଳୀନ ଭିତ୍ତିରେ କାମ ଆରମ୍ଭ କରାଯାଇ ବନ୍ଧର ସଫେଇ ସହିତ କେନାଲବନ୍ଧର ଦୁର୍ବଳ ସ୍ଥାନଗୁଡିକରେ ମାଟି ପକାଇବା, ଘଳିଆଗୁଡ଼ିକ ବନ୍ଦ କରିବା, ଜଳ ଶ୍ରୋତପଥକୁ ଲେବୁଲ କରିବା ଆଦି କାମ ହେଇଥିଲା। ପରେ ୨୮ ତାରିଖରେ କେନାଲରେ ପାଣି ଛଡ଼ା ଯାଇଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି କେନାଲ ଉପରେ ଖେଲାଉର, ବ୍ରାହ୍ମଣତରବୋଇ, ଓଡତରବୋଇ, ରେଞ୍ଚ, ହୁମର, ପଞ୍ଚୁପଲ୍ଲା, ଗୁଆଳିପଡ଼ା, ମାଛପଡ଼ା ପ୍ରମୁଖ ଗ୍ରାମଗୁଡ଼ିକର ଅନେକ ଚାଷୀ ନିର୍ଭର କରିଥାନ୍ତି। ଅନ୍ୟପଟେ କେନାଲ ପାଣି ଶେଷମୁଣ୍ଡରେ ପହଞ୍ଚତ୍ବା ପରେ ଏବେ ଖରାରେ ଶୁଖିଲା ପଡ଼ିଥିବା ଗଡିଆ ପୋଖରୀରେ ପାଣି ପରିପୂର୍ଣ୍ଣ ହୋଇଛି। ଏନେଇ ଅଞ୍ଚଳବାସୀ ସ୍ଥାନୀୟ ବିଧାୟକଙ୍କ ସମେତ ଜଳ ସେଚନ ବିଭାଗକୁ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri